ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର ସହ ସମ୍ପୃକ୍ତ ଛଣମେରୀ ଗ୍ରାମର ଲିକୁ ବେହେରା ଏବଂ ଗୌରା ବେହେରା ନାମକ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ବୁଧବାର ସନ୍ଧ୍ୟାରେ ବ୍ରହ୍ମପୁର ଜିଲା ଦୌରା ଜଜ୍ କୋର୍ଟକୁ ଚାଲାଣ କରିଛି। ଥାନା ମାମଲା ନଂ. ୪୧୪/୨୬ ଏନ୍‌ଡିପିଏସ୍‌ (NDPS) ଆକ୍ଟ ଅନୁଯାୟୀ ଜାମିନ୍ ଆବେଦନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ଗତ ସୋମବାର ଅପରାହ୍ନରେ ଦିଗପହଣ୍ଡି ପୁଞ୍ଜିକାଁଆ ଛକରେ ପୋଲିସ ପଇଁତରା ମାରୁଥିବା ସମୟରେ ଜଣେ ଯୁବକଙ୍କ ଗତିବିଧି ଉପରେ ସନ୍ଦେହ ସୃଷ୍ଟି ହୋଇଥିଲା। ପୋଲିସକୁ ଦେଖି ଯୁବକ ଜଣକ ହଡ଼ବଡ଼େଇ ଦୌଡ଼ିବାକୁ ଚେଷ୍ଟା କରିବାରୁ ତାଙ୍କୁ ଅଟକାଇ ବ୍ୟାଗ୍ ତଲାସି କରାଯାଇଥିଲା। ବ୍ୟାଗ୍‌ରୁ ୩ କେଜି ୯୫୦ ଗ୍ରାମ ଗଞ୍ଜେଇ ଜବତ ହେବା ପରେ ପୋଲିସ ତାଙ୍କୁ ଥାନାକୁ ଆଣି ଜେରା କରିଥିଲା।

ଆଇଆଇସି କିଶୋର କୁମାର ସାମଲଙ୍କ ନିର୍ଦ୍ଦେଶକ୍ରମେ ଅଧିକ ପଚରାଉଚରା ପରେ ସମ୍ପୃକ୍ତ ଅଣଓଡ଼ିଆ ଯୁବକ ଜଣକ ମହାରାଷ୍ଟ୍ର ପୁଣେର ସୁମା ଶିବାଜୀ ବଗର ବୋଲି ନିଜର ପରିଚୟ ଦେଇଥିଲେ। ସେ ଗଜପତି ଜିଲା ମୋହନାରୁ ଏକ ଯାତ୍ରୀବାହୀ ବସ୍‌ରେ ଗଞ୍ଜେଇ ଆଣି ପୁଞ୍ଜିକାଁଆ ଛକରେ ଅନ୍ୟ ଏକ ବସ୍‌କୁ ଅପେକ୍ଷା କରିଥିବା ସ୍ୱୀକାର କରିଥିଲେ। ସେହିପରି ଛଣମେରୀ ଗ୍ରାମର ଉକ୍ତ ଦୁଇ ଭାଇ ତାଙ୍କଠାରୁ ନିୟମିତ ଟଙ୍କା ନେଇ ଗଞ୍ଜେଇ ଯୋଗାଉଥିବା ସେ ପ୍ରକାଶ କରିଥିଲେ। ତଦନ୍ତରୁ ସେମାନଙ୍କ ମଧ୍ୟରେ ଫୋନ୍-ପେ (PhonePe) ମାଧ୍ୟମରେ ଅନ୍‌ଲାଇନ୍ ଟଙ୍କା କାରବାର ହୋଇଥିବା ପ୍ରମାଣ ମିଳିଛି।

ଏହି ମାମଲାରେ ଗତ ମଙ୍ଗଳବାର ତଦନ୍ତକାରୀ ଅଧିକାରୀ ତଥା ଅତିରିକ୍ତ ଆଇଆଇସି କୃଷ୍ଣମୟୀ ବରାଳ ଅଭିଯୁକ୍ତ ଶିବାଜୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିସାରିଛନ୍ତି। ଏହି ଗଞ୍ଜେଇ ଚୋରା ଚାଲାଣ କ୍ରାଇମ୍ ସିଣ୍ଡିକେଟ୍‌ରେ ସମ୍ପୃକ୍ତ ଅନ୍ୟ ସଦସ୍ୟମାନଙ୍କୁ ଚିହ୍ନଟ କରାଯାଇଛି ଏବଂ ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଚିକିଟି ଏସ୍‌ଡିପିଓ (SDPO) ବିଶ୍ୱାମିତ୍ର ହରପାଲ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?