ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ ପଳାଇ ଆସିଥିବା ବେଳେ, ସ୍ୱାମୀ ଅନ୍ୟ ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଦିଗପହଣ୍ଡି ଥାନାରେ ଏତଲା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ୨୦୨୨ ମସିହାରେ ଡେଙ୍ଗାଓସ୍ତା ଗ୍ରାମର ରାଜେନ୍ଦ୍ର ପ୍ରଧାନଙ୍କ ଝିଅ ଚାନ୍ଦିନୀ, ପାଟପୁର ଥାନା ପଦ୍ମପୁର ଗ୍ରାମର ପୁରୁଷୋତ୍ତମ ଜାନିଙ୍କ ପୁଅ ଜିତେନ୍ଦ୍ର ଜାନିଙ୍କୁ ବିବାହ କରିଥିଲେ। ବିବାହ ସମୟରେ ଦାବି ମୁତାବକ ପ୍ରାୟ ₹୧ ଲକ୍ଷ ଟଙ୍କାର ଯୌତୁକ ସାମଗ୍ରୀ, ଦେଢ଼ ଭରି ସୁନା ଅଳଙ୍କାର ଏବଂ ନଗଦ ₹୫୫,୦୦୦ ଦିଆଯାଇଥିଲା। ତେବେ ବିବାହର କିଛି ଦିନ ପରେ ସ୍ୱାମୀ, ଶାଶୁ ଓ ଶ୍ୱଶୁର ଅଧିକ ସୁନା, ଆସବାବପତ୍ର ଏବଂ ନଗଦ ଟଙ୍କା ପାଇଁ ଚାନ୍ଦିନୀଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ଆରମ୍ଭ କରିଥିଲେ।

ଏପରିକି ଚାନ୍ଦିନୀ ଗର୍ଭବତୀ ଥିବା ସମୟରେ ତାଙ୍କୁ ଖାଇବାକୁ ନଦେଇ ମାଡ଼ ମରାଯାଉଥିଲା ଏବଂ ଚିକିତ୍ସା ପାଇଁ ଡାକ୍ତରଖାନା ମଧ୍ୟ ନିଆଯାଇ ନ ଥିଲା। ସମାଧାନର କୌଣସି ବାଟ ନ ପାଇ ଚାନ୍ଦିନୀ ବାପ ଘରକୁ ଚାଲି ଆସିଥିଲେ ଏବଂ ସେଠାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ।

ତେବେ ଗତ ୪ ତାରିଖରେ ସ୍ୱାମୀ ଜିତେନ୍ଦ୍ର, ଜକମେରି ପଲ୍ଲୀ ଗ୍ରାମର ମିନି ବେହେରା ନାମ୍ନୀ ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଥିବା  ଚାନ୍ଦିନୀ ଦିଗପହଣ୍ଡି ଥାନାରେ ଦାଖଲ କରିଥିବା ଏତଲାରେ ଅଭିଯୋଗ କରିଛନ୍ତି। ଏତଲାକୁ ଭିତ୍ତି କରି ଆଇଆଇସି କିଶୋର କୁମାର ସାମଲ ବିଏନଏସ (BNS) ର ବିଭିନ୍ନ ଦଫା ଏବଂ ଯୌତୁକ ନିରୋଧ ଆଇନର ଧାରା-୪ ଅନୁଯାୟୀ ମାମଲା ନଂ. ୩୮୭/୨୬ ରୁଜୁ କରି ତଦନ୍ତ ଚଳାଇଛନ୍ତି। ଘଟଣାର ପୂର୍ଣ୍ଣାଙ୍ଗ ତଦନ୍ତ ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ପୋଲିସ ସୂଚନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?