ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ ପଳାଇ ଆସିଥିବା ବେଳେ, ସ୍ୱାମୀ ଅନ୍ୟ ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଦିଗପହଣ୍ଡି ଥାନାରେ ଏତଲା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ୨୦୨୨ ମସିହାରେ ଡେଙ୍ଗାଓସ୍ତା ଗ୍ରାମର ରାଜେନ୍ଦ୍ର ପ୍ରଧାନଙ୍କ ଝିଅ ଚାନ୍ଦିନୀ, ପାଟପୁର ଥାନା ପଦ୍ମପୁର ଗ୍ରାମର ପୁରୁଷୋତ୍ତମ ଜାନିଙ୍କ ପୁଅ ଜିତେନ୍ଦ୍ର ଜାନିଙ୍କୁ ବିବାହ କରିଥିଲେ। ବିବାହ ସମୟରେ ଦାବି ମୁତାବକ ପ୍ରାୟ ₹୧ ଲକ୍ଷ ଟଙ୍କାର ଯୌତୁକ ସାମଗ୍ରୀ, ଦେଢ଼ ଭରି ସୁନା ଅଳଙ୍କାର ଏବଂ ନଗଦ ₹୫୫,୦୦୦ ଦିଆଯାଇଥିଲା। ତେବେ ବିବାହର କିଛି ଦିନ ପରେ ସ୍ୱାମୀ, ଶାଶୁ ଓ ଶ୍ୱଶୁର ଅଧିକ ସୁନା, ଆସବାବପତ୍ର ଏବଂ ନଗଦ ଟଙ୍କା ପାଇଁ ଚାନ୍ଦିନୀଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ଆରମ୍ଭ କରିଥିଲେ।

ଏପରିକି ଚାନ୍ଦିନୀ ଗର୍ଭବତୀ ଥିବା ସମୟରେ ତାଙ୍କୁ ଖାଇବାକୁ ନଦେଇ ମାଡ଼ ମରାଯାଉଥିଲା ଏବଂ ଚିକିତ୍ସା ପାଇଁ ଡାକ୍ତରଖାନା ମଧ୍ୟ ନିଆଯାଇ ନ ଥିଲା। ସମାଧାନର କୌଣସି ବାଟ ନ ପାଇ ଚାନ୍ଦିନୀ ବାପ ଘରକୁ ଚାଲି ଆସିଥିଲେ ଏବଂ ସେଠାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ।

ତେବେ ଗତ ୪ ତାରିଖରେ ସ୍ୱାମୀ ଜିତେନ୍ଦ୍ର, ଜକମେରି ପଲ୍ଲୀ ଗ୍ରାମର ମିନି ବେହେରା ନାମ୍ନୀ ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଥିବା  ଚାନ୍ଦିନୀ ଦିଗପହଣ୍ଡି ଥାନାରେ ଦାଖଲ କରିଥିବା ଏତଲାରେ ଅଭିଯୋଗ କରିଛନ୍ତି। ଏତଲାକୁ ଭିତ୍ତି କରି ଆଇଆଇସି କିଶୋର କୁମାର ସାମଲ ବିଏନଏସ (BNS) ର ବିଭିନ୍ନ ଦଫା ଏବଂ ଯୌତୁକ ନିରୋଧ ଆଇନର ଧାରା-୪ ଅନୁଯାୟୀ ମାମଲା ନଂ. ୩୮୭/୨୬ ରୁଜୁ କରି ତଦନ୍ତ ଚଳାଇଛନ୍ତି। ଘଟଣାର ପୂର୍ଣ୍ଣାଙ୍ଗ ତଦନ୍ତ ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ପୋଲିସ ସୂଚନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?