ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଅଙ୍ଗ ନଦୀରେ ବନ୍ୟାଜଳ ଆସି ଦୁଇ କୂଳ ଉଛୁଳି ପ୍ରବାହିତ ହେଉଛି। ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଗ୍ରାମର ନଦୀ ପାର୍ଶ୍ୱବର୍ତ୍ତୀ ଆଡିବନ୍ଧା ତଳପଟୁ ବନ୍ୟା ପାଣି ଗ୍ରାମ ଭତରକୁ ପ୍ରବେଶ କରି ବ୍ୟାପକ ଜଳମଗ୍ନ ପରିସ୍ଥିତି ସୃଷ୍ଟି କରିଛି।

ଗ୍ରାମର ତଳପଥେଇ ପଡ଼ା, ଧନୁଯାତ୍ରା ପଡ଼ିଆ ଏବଂ ଲେଞ୍ଜୀପଡ଼ାରେ ଥିବା ତିନୋଟି ଅଙ୍ଗନୱାଡ଼ି କେନ୍ଦ୍ର ପାଣି ଘେରରେ ରହିଛି। ଏହାଛଡ଼ା ଗଣ୍ଡାପଡ଼ା ଉପରମୁଣ୍ଡ ପଡ଼ା ମଧ୍ୟ ବନ୍ୟାଜଳ ଦ୍ୱାରା ପ୍ରଭାବିତ ହୋଇଛି। ଗତ ଦୁଇ ଦିନ ହେବ ଗ୍ରାମରେ ବିଦ୍ୟୁତ୍ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିଛି।

ଅଙ୍ଗ ନଦୀରେ ଚାଲିଥିବା ବ୍ରିଜ୍ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୨୦ ଜଣ ଶ୍ରମିକ ହଠାତ୍ ବନ୍ୟା ପାଣି ବଢ଼ିଯିବାରୁ ନଦୀ ଖଣ୍ଡିରେ ଫସି ରହିଥିଲେ। ଖବର ପାଇ ଡୁଙ୍ଗୁରିପାଲି ଅଗ୍ନୀଶମ ଭାରପ୍ରାପ୍ତ ଅଧିକାରୀ ରଶ୍ମିରଂଜନ ବାରିକ ଓ ତାଙ୍କ ଟିମ୍ ତତ୍ପରତା ପ୍ରକାଶ କରି ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ସମସ୍ତ ୨୦ ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଉଦ୍ଧାର ହୋଇଥିବା ଶ୍ରମିକମାନଙ୍କୁ ସ୍ଥାନୀୟ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀରେ ସୁରକ୍ଷିତ ଭାବେ ରଖାଯାଇଛି।

ସ୍ଥିତି ଅନୁଧ୍ୟାନ ପାଇଁ ରାମପୁର ଅତିରିକ୍ତ ତହସିଲଦାର ରୋହିତ କୁମାର ବାଗଙ୍କ ନିର୍ଦ୍ଦେଶ କ୍ରମେ ଚେରୁପାଲି ରାଜସ୍ୱ ନିରୀକ୍ଷକ (RI) ପ୍ରଭୃତି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ପଥେଇ ତଳିପଡ଼ାର ପ୍ରଭାବିତ ଦୁଇଟି ପରିବାରକୁ ପ୍ରଶାସନ ପକ୍ଷରୁ ପଲିଥିନ ଯୋଗାଯାଇଥିବା ଅତିରିକ୍ତ ତହସିଲଦାର ସୂଚନା ଦେଇଛନ୍ତି। ତେବେ ଉପରମୁଣ୍ଡରେ ଆଗକୁ ଆହୁରି ବର୍ଷା ହେଲେ ଦିଗଶିରା ଗ୍ରାମ ଅଧିକ କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?