ରାସ୍ତା ମଝିରେ ଗାତ ଖୋଳି ଚାଲିଛି ପାଇପ ବିଛା କାମ

ଉମରକୋଟ, ୫।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳରେ ଜନସ୍ବାସ୍ଥ୍ୟ ବିଭାଗର ପାନୀୟ ଜଳ ଯୋଗାଣ କାର୍ଯ୍ୟ ଶୈଳୀକୁ ନେଇ ଲୋକେ ନାପସନ୍ଦ କରିଛନ୍ତି। ଲୋକଙ୍କୁ ପାନୀୟ ଜଳ ଯୋଗାଣ ନାମରେ ଉମରକୋଟ ପୌର ପରିଷଦ ଅଧୀନ ଦର୍ଗାଗୁଡ଼ା ରାସ୍ତା ମଝିରେ ଗାତ ଖୋଳି ପାଇପ ବିଛେଇ ଚାଲିଛି ଜନସ୍ବାସ୍ଥ୍ୟ ବିଭାଗ।
କିଛିଦିନ ତଳେ ପୌର ପରିଷଦ ପକ୍ଷରୁ ଦର୍ଗାଗୁଡ଼ା କେନାଲ ଛକରେ ଚାରୋଟି ଭେଣ୍ଡିଂ ଜୋନ୍‌ ତିଆରି କରାଯାଇଥିଲା। ଭେଣ୍ଡିଂ ଜୋନ୍‌ ସମ୍ମୁଖରେ ପେଭର ଇଟା ପକାଯାଇଥିଲା। ଏବେ ଉକ୍ତ ଇଟାଗୁଡ଼ିକୁ ଭାଙ୍ଗି ପାଣିପାଇପ ବିଛାଯାଇଛି। ପୌର ପରିଷଦ ନିୟମାନୁଯାୟୀ ଉକ୍ତ କାର୍ଯ୍ୟ କରିବା ପୂର୍ବରୁ ପୌର ପରିଷଦରୁ ଅନୁମତି ନେବା କଥା। ଏଥିସହ କିଛି ଅର୍ଥ ପୌର ପରିଷଦରେ ପୈଠ କରାଯିବା ନିୟମ ମଧ୍ୟ ରହିଛି। କୌଣସି ନିୟମ ନ ମାନି ଜନସ୍ବାସ୍ଥ୍ୟ ବିଭାଗ ମନଇଚ୍ଛା କାର୍ଯ୍ୟ କରିଚାଲିଛି। ଘଟଣାକୁ ନେଇ ପୌର ନିର୍ବାହୀ ଅଧିକାରୀ ଋଷି ମାଝିଙ୍କୁ ପଚାରିବାରୁ ଘଟଣା ବିଷୟରେ ଜାଣିନାହିଁ। ଆପଣଙ୍କ ମାଧ୍ୟମରେ ଜାଣିଲି। କାର୍ଯ୍ୟ କରିଥିବା ଜନସେବା ସ୍ବାସ୍ଥ୍ୟ ବିଭାଗ ଯନ୍ତ୍ରୀଙ୍କ ସହ କଥା ହୋଇ ତୁରନ୍ତ ମରାମତି ପାଇଁ କୁହାଯିବ ବୋଲି ସେ କହିଛନ୍ତି। ଜନସେବା ସ୍ବାସ୍ଥ୍ୟ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କୁ ପଚାରିବାରୁ ସେ ନିର୍ବାହୀ ଅଧିକାରୀଙ୍କୁ ଜଣାଇଥିଲେ। ବୁଧବାର ସୁଦ୍ଧା ପେଭର ଇଟା ପକାଇ ମରାମତି କରିଦେବେ ବୋଲି ସେ ସୂଚନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?