ଦୀଘା ବେଳାଭୂମି ସିଲ୍‌

ଭୋଗରାଇ,୪ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ସୌନ୍ଦର୍ଯ୍ୟମୟୀ ଦୀଘା ବେଳାଭୂମିକୁ ସେଠାକାର ସରକାର କୋଭିଡ୍‌ ନିର୍ଦ୍ଦେଶିକା ମାନି ପ୍ରଶାସନ ସୋମବାରଠାରୁ ୧୫ତାରିଖ ପର୍ଯ୍ୟନ୍ତ ସିଲ୍‌ କରିଦେଇଛନ୍ତି। ଦୀଘା ବେଳାଭୂମି ସିଲ୍‌ ପରେ ଓଡ଼ିଶାରୁ ଯାଇଥିବା ବହୁ ପର୍ଯ୍ୟଟକ ସେଠାରୁ ଫେରି ଉଦୟପୁର, ତାଳସାରୀ ବେଳାଭୂମିରେ ଭିଡ଼ ଜମାଇଥିଲେ। ତାଳସାରୀ ମେରାଇନ୍‌ ଥାନା ଓ ଚନ୍ଦନେଶ୍ୱର ଫାଣ୍ଡି ପୋଲିସ ପକ୍ଷରୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥିଲେ ମଧ୍ୟ ଦଳ ଦଳ ପିକନିକ୍‌ ପାର୍ଟି ବିଭିନ୍ନ ସ୍ଥାନରେ ଭୋଜିଭାତ କରିଥିବା ସୂଚନା ମିଳିଛି। ବହୁ ପର୍ଯ୍ୟଟକ ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ଗେଟ ବାହାରେ ରହି ମନ୍ଦିର ଦର୍ଶନ ସହିତ ଆରାଧନା କରିଥିଲେ।
ବେଳାଭୂମିରେ ପୋଲିସ ପକ୍ଷରୁ କୋଭିଡ୍‌ କଟକଣାକୁ କଡ଼ାକଡ଼ି କରାଯାଇଥିବା ବେଳେ ଅମାନିଆଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏପରିକି ସମୁଦ୍ର ସୈକତରେ ଗାଧୁଆ ସ୍ଥାନଗୁଡ଼ିକରେ ୨୪ଘଣ୍ଟିଆ ପୋଲିସ ପହରା ଦେବା ସହିତ ବେଳାଭୂମିକୁ ରଶି ବାନ୍ଧି ସିଲ୍‌ କରାଯାଇଛି। ଦୀଘାରେ ସହସ୍ରାଧିକ ହୋଟେଲଗୁଡ଼ିକ ଦୈନିକ ସାନିଟାଇଜେଶନ୍‌ କରିବା ସହିତ ୫୦ଶତାଂଶ ଦୁଇଡୋଜ କରୋନା ଭ୍ୟାକଶିନ୍‌ ନେଇଥିବା ପର୍ଯ୍ୟଟକଙ୍କୁ ରହିବାର ସୁବିଧା ମିଳିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଅପରପକ୍ଷରେ ପଶ୍ଚିମବଙ୍ଗର କରୋନା ଡେଲ୍‌ଟା ସାଙ୍ଗକୁ ନୂତନ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ହାରରେ ବୃଦ୍ଧି ଯୋଗୁ ସାଗରଦ୍ୱୀପରେ ୧୨ତାରିଖରେ ହେବାକୁ ଯାଉଥିବା ପ୍ରସିଦ୍ଧ ଗଙ୍ଗାସାର ମେଳା ଅନିଶ୍ଚିତତା ମଧ୍ୟରେ ଗତି କରୁଛି। ଏହି ଭାରତ ପ୍ରସିଦ୍ଧ ମେଳା ପାଇଁ ସେଠାରେ ଚୂଡ଼ାନ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତର ବିଭିନ୍ନ ରାଜ୍ୟର ସାଧୁସନ୍ଥଙ୍କ ଆଗମନ ହୋଇଥିବାର ଦକ୍ଷିଣ ୨୪ପ୍ରଗଣା ଜିଲା ଶାସକ ଭି. ଉଲ୍ଗାନାଥନ ଧରିତ୍ରୀକୁ ସୂଚନା ଦେଇଛନ୍ତି। ସୂଚନା ଯେ, ମକର ସଂକ୍ରାନ୍ତି ଉପଲକ୍ଷେ ଓଡ଼ିଶାର ବିଭିନ୍ନ ଜିଲାରୁ ଗଙ୍ଗାସାଗରରେ ମକରବୁଡ଼ ଦେବା ଲାଗି ପ୍ରାୟ ୩୦ହଜାରରୁ ଅଧିକ ଶ୍ରଦ୍ଧାଳୁ ସେଠାକୁ ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri