ନୂଆବର୍ଷ ମଜା ଫିକା: ଦୀଘାମୁହାଁ ପର୍ଯ୍ୟଟକ

ଭୋଗରାଇ, ୨।୧(ଡି.ଏନ.ଏ.)  କୋଭିଡ୍‌ କଟକଣା ଯୋଗୁ ନୂଆବର୍ଷ ପାଳନ ଫିକା ପଡିଛି। ବାଲେଶ୍ୱର ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଖାଁ ଖାଁ ପରିବେଶ ପରିଲକ୍ଷିତ ହୋଇଥିଲା। ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋ ଟୁରିଜିମ୍‌, କୀର୍ତ୍ତନିଆ, ଚୌମୁଖ, ଡଗରା, ବାହାବଳପୁର ଓ ଚାନ୍ଦିପୁର ବେଳାଭୂମିକୁ ବହୁ ପର୍ଯ୍ୟଟକ ଆସିଥିଲେ ମଧ୍ୟ ପୋଲିସ ସେମାନଙ୍କୁ ଅଟକାଇବା ସହ ଭିଡ଼ ନ ଜମାଇବା, ଭୋଜିଭାତର ଆସର ଉପରେ ରୋକ୍‌ ଲଗାଇଛି। ଅପରପକ୍ଷରେ ଓଡ଼ିଶା ସୀମାନ୍ତକୁ ଲାଗିଥିବା ଦୀଘା ବେଳାଭୂମିରେ ପର୍ଯ୍ୟଟକମାନେ ଭିଡ ଜମାଇଛନ୍ତି। ଓଡ଼ିଶା ବେଳାଭୂମିରେ ପୋଲିସ କୋଭିଡ୍‌ କଟକଣା କଡ଼ାକଡ଼ି ଯୋଗୁ ବହୁ ପର୍ଯ୍ୟଟକ ଦୀଘା ବେଳାଭୂମିରେ ଭୋଜିଭାତର ଆସର ଜମାଇ ସମୁଦ୍ରରେ ଗାଧୋଇବାର ମଜା ନେବା ସହ ସାଏନ୍ସ ପାର୍କ, ଅମରାବତୀ ପାର୍କ, ସ୍ନେକ ପାର୍କ, ଟୟଟ୍ରେନ୍‌ରେ ଚଢ଼ିବା, ବିଶ୍ୱବାଂଲା ସି ବିଚ୍‌ରେ ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ। ତେବେ ପଶ୍ଚିମବଙ୍ଗ ପୋଲିସ ପକ୍ଷରୁ ସମସ୍ତଙ୍କୁ ମାସ୍କ ପରିଧାନ ଓ ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ନୂଆବର୍ଷ ଲାଗି ବିଭିନ୍ନ ହୋଟେଲ, ଲଜ୍‌, ରେଷ୍ଟୁରାଣ୍ଟଗୁଡ଼ିକ ପର୍ଯ୍ୟଟକଙ୍କ ନିମନ୍ତେ ରଙ୍ଗୀନ ବିଦ୍ୟୁତ୍‌ ଆଲୋକମାଳାରେ ସଜ୍ଜିତ କରାଯାଇଥିଲା। ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମନ୍ଦିର ମୁଖ୍ୟ ଫାଟକରେ ସକାଳ ୭ଟାରୁ ତାଲା ପକାଯାଇ ଭକ୍ତମାନଙ୍କୁ ଛଡ଼ାଯାଇ ନ ଥିଲା। ଭୂଷଣ୍ଡେଶ୍ୱର ମହାଦେବଙ୍କଠାରେ ମଧ୍ୟ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ ବାରଣ କରାଯାଇଥିଲା। ଚଳିତବର୍ଷ ପଞ୍ଚାୟତ ନିର୍ବାଚନ ହେଉଥିବାରୁ ଆଶାୟୀ ପ୍ରାର୍ଥୀମାନେ ବିଭିନ୍ନ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri