ଦୀଘା ଜଗନ୍ନାଥ ଧାମ ବିବାଦ: ଦରକାର ହେଲେ ଆଇନର ଆଶ୍ରୟ ନେବାକୁ କହିଲେ ଆଇନମନ୍ତ୍ରୀ

ଭୁବନେଶ୍ୱର,୫ା୫: ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ପଞ୍ଚିମବଙ୍ଗ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ ବୋଲି କହିଛନ୍ତି। ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ। ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ ପାରିବ ନାହିଁ। ସେହିପରି ଦୀଘା ବେଳାଭୂମିକୁ ମହୋଦଧି କହିବାକୁ ବିରୋଧ କରୁଛୁ। ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି କରାଯିବ ବୋଲି ସେ କହିଛନ୍ତି। ନ ମାନିଲେ ଆଇନର ଆଶ୍ରୟ ନିଆଯିବ ବୋଲି ପୃଥ୍ବୀରାଜ ଗଣାମାଧ୍ୟମକୁ କହିଛନ୍ତି।

ଏପରିକି ଆଇନମନ୍ତ୍ରୀ ପୃଥ୍ବୀରାଜ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କରିଛନ୍ତି। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି ମନ୍ତ୍ରୀ କହିଛନ୍ତି। ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି ବୋଲି ସେ କହିଛନ୍ତି।

ମାତ୍ର ଅଢ଼େଇ ଫୁଟ ଉଚ୍ଚ ଦାରୁରେ ମୂର୍ତ୍ତି ନିର୍ମାଣ ଅସମ୍ଭବ। ରାମକୃଷ୍ଣ ଦାସମହାପାତ୍ର ଏହା କହୁ କହୁ କହି ଦେଇଥିବା ଜଣାଇଛନ୍ତି। ଭୁବନେଶ୍ବରର ସୁଦର୍ଶନ ମହରଣା ନିମ୍ବ କାଠରେ ମୂର୍ତ୍ତି ତିଆରି କରିଛନ୍ତି। ଏହି ମୂର୍ତ୍ତି ନେଇ ରାମକୃଷ୍ଣ ଦୀଘାରେ ଦେଇଛନ୍ତି ବୋଲି ଆଇନମନ୍ତ୍ରୀ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri