ବିବାଦରେ ଦୀଘା ‘ଜଗନ୍ନାଥ ଧାମ’

ପୁରୀ/ଭୁବନେଶ୍ୱର,୩ା୫(ଅଜିତ୍‌ କୁମାର ମହାନ୍ତି/ସୁନୀତ୍‌ ମିଶ୍ର): ପଶ୍ଚିମବଙ୍ଗର ଦୀଘାରେ ବୁଧବାର ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହୋଇଯାଇଛି। ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେବା, ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ନାମକରଣ କରାଯିବା ଓ ବ୍ରହ୍ମସ୍ଥାପନ ପ୍ରସଙ୍ଗକୁ ନେଇ ବିବାଦ ଦେଖାଦେଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇଥିବା ଅଭିଯୋଗ ହେଉଛି। ଏହି ଘଟଣାକୁ ନେଇ ସେବାୟତଙ୍କ ସମେତ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଜଗନ୍ନାଥ ଧାମ ନାମକୁ ନେଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଆପତ୍ତି ଉଠାଇବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏହାର ତଦନ୍ତ କରି ସତ୍ୟାସତ୍ୟ ସାମ୍ନାକୁ ଆଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦୀଘାରେ ଏକ ଭବ୍ୟ ଜଗନ୍ନାଥ ମନ୍ଦିର ନିର୍ମାଣ କରାଯାଇଛି। ଗତ ଏପ୍ରିଲ ୩୦ରେ ପବିତ୍ର ଅକ୍ଷୟତୃତୀୟା ତିଥିରେ ଏହାର ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହୋଇଛି। ଏହି ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରରେ ବ୍ରହ୍ମ ସ୍ଥାପନ ଓ ସେହି ସ୍ଥାନକୁ ଜଗନ୍ନାଥ ଧାମ ନାମକରଣ କରାଯିବାକୁ ନେଇ ବିବାଦ ମୁଣ୍ଡ ଟେକିଛି। ପୁରୀ ଶ୍ରୀମନ୍ଦିରର ଅନେକ ସେବାୟତ ଏ ନେଇ ମୁହଁ ଖୋଲିଛନ୍ତି। ବରିଷ୍ଠ ସେବାୟତ ଦାମୋଦର ମହାସୁଆର କହିଛନ୍ତି, ଦୀଘା ମନ୍ଦିର ପ୍ରତିଷ୍ଠା କାର୍ଯ୍ୟରେ ଶ୍ରୀମନ୍ଦିରର ଦଇତାପତି ସେବାୟତ ଯୋଗଦେବା ଠିକ୍‌ ନୁହେଁ। ସେହି କାର୍ଯ୍ୟରେ ଯୋଗଦେବା ତାଙ୍କର ବ୍ୟକ୍ତିଗତ ନିଷ୍ପତ୍ତି। ତେବେ ଦୀଘାକୁ ଶ୍ରୀଜଗନ୍ନାଥ ଧାମ କହିବା ଭୁଲ। ଦୀଘାରେ ମନ୍ଦିର ପ୍ରତିଷ୍ଠା ହୋଇଥିଲେ ମଧ୍ୟ ତାହା ଧାମ ନୁହେଁ। ବ୍ରହ୍ମ କେବଳ ପୁରୀ ମନ୍ଦିରରେ ଥିବାବେଳେ ଅନ୍ୟ କେଉଁଠି ନାହି ବୋଲି ମହାସୁଆର ମତବ୍ୟକ୍ତ କରିଛନ୍ତି।
ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ କିଛିଦିନ ଧରି ଦ୍ୱନ୍ଦ୍ୱାତ୍ମକ ତଥ୍ୟ ସବୁ ଗଣମାଧ୍ୟମରେ ପ୍ରଚାର ହେବାରେ ଲାଗିଛି। ଶ୍ରୀଜଗନ୍ନାଥଙ୍କ ମନ୍ଦିର ଦିଘାଠାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁକାଠରେ ପ୍ରତିମା ନିର୍ମାଣ ହେବା ବାବଦରେ ଚର୍ଚ୍ଚା ହେବା ବିଷୟ ସମ୍ପୂର୍ଣ୍ଣ ଅଗ୍ରହଣୀୟ । ଏଭଳି କଥାଗୁଡ଼ିକ ଜଗନ୍ନାଥପ୍ରେମୀ ଭକ୍ତ ସମାଜ ଓ ଓଡ଼ିଶାର ସାଢେ ୪ କୋଟି ଜନତାଙ୍କ ମନରେ କଷ୍ଟ ଦେଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏହି ସମ୍ପୂର୍ଣ୍ଣ ଘଟଣା ଉପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏକ ଅନ୍ତରୀଣ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯାଉ। ଯଦି କେହି ଦୋଷୀ ସାବ୍ୟସ୍ତ ହେଉଛନ୍ତି ବା ଜ୍ଞାତସାରରେ ଥାଇ ଏଭଳି ଘଟଣା ଘଟାଉଛନ୍ତି ସେ ବାବଦରେ ରାଜ୍ୟ ସରକାରଙ୍କ ଅନୁମତିକ୍ରମେ ଦଣ୍ଡବିଧାନ କରିବାର ପ୍ରାବଧାନ କରିବାକୁ ମନ୍ତ୍ରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri