ଘନଉଛି ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଆଇନମନ୍ତ୍ରୀ କହିଲେ ମନ୍ଦିର କରିବାରେ କିଛି ଅସୁବିଧା ନାହିଁ, ହେଲେ…

ଭୁବନେଶ୍ୱର,୩ା୫: ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠାକୁ ନେଇ ବିବାଦ ଘନେଇବାରେ ଲାଗିଛି। ଏନେଇ ଶନିବାର ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ। ଦାରୁ କିପରି ଗଲା ତଦନ୍ତ ହେଲା ପରେ ସବୁ ସ୍ପଷ୍ଟ ହେବ। ଜଗନ୍ନାଥ ମନ୍ଦିର କରିବାରେ କିଛି ଅସୁବିଧା ନାହିଁ ହେଲେ ଦାରୁ କିପରି ଦୀଘାରେ ପହଞ୍ଚିଲା ତାହାର ତଦନ୍ତ ନିଶ୍ଚିତ ହେବ।

ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ ବୋଲି ଆଇନମନ୍ତ୍ରୀ କହିଛନ୍ତି। ମନ୍ତ୍ରୀଙ୍କ ଚିଠି ପରେ ଶ୍ରୀମନ୍ଦିର ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି।

ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ରୂପେ ନାମକରଣ କରାଯାଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇ ବ୍ରହ୍ମସ୍ଥାପନ ହୋଇଥିବା ଚର୍ଚ୍ଚା ହେଉଛି। ଶ୍ରୀମନ୍ଦିର ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ ହେବା ଦ୍ୱାରା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ହେବ। ତେବେ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ପୁରୀରୁ ୭ରୁ ୮ଜଣ ଦଇତାପତି ସେବାୟତ ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇଥିଲେ। ସେମାନଙ୍କର ପୂଜାବିଧି କର୍ତ୍ତବ୍ୟ କିଛି ନ ଥିଲା। ବ୍ରହ୍ମ ସ୍ଥାପନ କେବଳ ଗୋଟିଏ ସ୍ଥାନରେ ଅର୍ଥାତ ଶ୍ରୀମନ୍ଦିରରେ ହୁଏ, ଯାହା ନବକଳେବର ସମୟରେ ପରିବର୍ତ୍ତନ କରାଯାଇଥାଏ। ଅନ୍ୟ କୌଣସି ସ୍ଥାନରେ ବ୍ରହ୍ମ ଆସିପାରିବ ନାହିଁ। ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ବରିଷ୍ଠ ସେବାୟତ ମାଧବ ମହାପାତ୍ର କହିଛନ୍ତି, ଏହା ହେଉଛି ଓଡ଼ିଆ ଜାତି ଓ ମହାପ୍ରଭୁଙ୍କ ସ୍ବାଭିମାନର ପ୍ରଶ୍ନ। ଏହି ସ୍ବାଭିମାନକୁ ସର୍ବଦା ଚ୍ୟାଲେଞ୍ଜ କରିବା ଭଳି କାର୍ଯ୍ୟ କରୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ।

ଅତୀତରେ ରସଗୋଲା ଘଟଣା ହେଉ କି ବର୍ତ୍ତମାନର ଜଗନ୍ନାଥ ଧାମ ପ୍ରସଙ୍ଗ ହେଉ, ସବୁକ୍ଷେତ୍ରରେ ଓଡ଼ିଶାର ମାନ ଅଭିମାନ କ୍ଷୁଣ୍ଣ ହେବା ନେଇ ଅପଚେଷ୍ଟା କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ମନ୍ଦିର ରହିଛି ଏବଂ ଆହୁରି ମନ୍ଦିର ହେବାର ଆବଶ୍ୟକତା ଅଛି। ମାତ୍ର ପଶ୍ଚିମବଙ୍ଗରେ ଓଡ଼ିଆ ଜାତିକୁ ତଳକୁ ନେବା ପାଇଁ ପ୍ରତ୍ୟେକ ପର୍ବକୁ ତାଙ୍କର କରିବାକୁ ଅପଚେଷ୍ଟା କରାଯାଉଛି। ପୁରୀ ଗସ୍ତ ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ବିରୋଧ କରାଯାଇଥିଲା। ତେଣୁ ସେ ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରାଇଛନ୍ତି। ତାଙ୍କର ଏହି ଗର୍ବ ଓ ଅହଂକାରର ଜବାବ ଆଗାମୀ ଦିନରେ ଓଡ଼ିଶାବାସୀ ଦେବେ। ସେହିପରି ପୁରୀ ସେବାୟତ ସେହି କାର୍ଯ୍ୟରେ ଯୋଗଦେବା ନେଇ ନିଜକୁ ପ୍ରଶ୍ନ ପଚାରିବାର ଥିଲା। ସେହିପରି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର କହିଛନ୍ତି, ଏଭଳି କାର୍ଯ୍ୟ ନିମନ୍ତେ ଜଗନ୍ନାଥ ସଂସ୍କୃତିର ହାନି ହେଉଛି। ନିଯୋଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା କି କୌଣସି ସ୍ଥାନରେ ସୂପକାର ରୋଷେଇ କରିବେ ନାହିଁ। ତେବେ ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରରେ ରୋଷେଇ ପାଇଁ କେତେଜଣ ସୂପକାର ଯାଉଥିବା ଖବର ମିଳିଥିଲା। ଫଳରେ ନିଯୋଗ ପକ୍ଷରୁ ବିରୋଧ କରାଯାଇ ନୋଟିସ୍‌ କରାଯାଇଥିଲା। ତେଣୁ କୌଣସି ସୂପକାର ବା କର୍ମଚାରୀ ସେଥିରେ ଯୋଗଦାନ କରିନାହାନ୍ତି। ତେଣୁ ସମସ୍ତଙ୍କୁ ଧନ୍ୟବାଦ। ଶ୍ରୀକ୍ଷେତ୍ର ଛଡ଼ା ଅନ୍ୟ କେଉଁଠୁ ବହ୍ମ ଆସିଲା ବୋଲି ମହାସୁଆର ପ୍ରଶ୍ନ କରିଛନ୍ତି। ସେହିପରି ବରିଷ୍ଠ ସେବାୟତ ସୋମନାଥ ଖୁଣ୍ଟିଆ କହିଛନ୍ତି, ଦୀଘା କେବେ ଧାମ ହୋଇପାରିବ ନାହିଁ, ଦୀଘା ଗୋଟିଏ ମନ୍ଦିର ଓ ପର୍ଯ୍ୟଟନସ୍ଥଳନୀ। ଯେଉଁମାନେ ସେଠାକୁ ଯାଇଥିଲେ, ସେମାନେ ତାଙ୍କର ବଡ଼ିମା ଦେଖାଇବା ପାଇଁ ଯାଇଥିଲେ। ବେପାର ଉଦେଶ୍ୟରେ ଯାଇଛନ୍ତି। ମମତା ବାନାର୍ଜୀ ବ୍ୟବସାୟ କରିବା ପାଇଁ ମନ୍ଦିର ନିର୍ମାଣ କରିଛନ୍ତି। ବ୍ରହ୍ମ ସଂସ୍ଥାପନ ଓ ଘଟ ପରିବର୍ତ୍ତନ ଆଦି କେବଳ ଶ୍ରୀମନ୍ଦିରରେ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri