ଦିଘା ଜଗନ୍ନାଥ ମନ୍ଦିର ବିବାଦ: ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନିଲମ୍ବନ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ,୧୧।୫: ପଶ୍ଚିମବଙ୍ଗର ଦିଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦକୁ କେନ୍ଦ୍ର କରି ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଦଇତାପତି ସେବାୟତ ତଥା ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନିଲମ୍ବନ କରିଛି। ଏହି ଘଟଣା ଓଡ଼ିଶା ତଥା ପଶ୍ଚିମବଙ୍ଗରେ ତୀବ୍ର ଚର୍ଚ୍ଚାର ବିଷୟ ପାଲଟିଥିଲା।

ସୂଚନା ଅନୁଯାୟୀ, ରାମକୃଷ୍ଣ ଦାସମହାପାତ୍ର ପୁରୀରୁ ବଳକା ଦାରୁ (ପବିତ୍ର କାଠ) ନେଇ ଦିଘାରେ ଜଗନ୍ନାଥ ମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପ୍ରତିମା ପ୍ରତିଷ୍ଠା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ ଅନୁଯାୟୀ, ରାମକୃଷ୍ଣଙ୍କୁ ଏହି ବିବାଦ ସମ୍ପର୍କରେ ଜବାବ ଦେବା ପାଇଁ ଦୁଇଥର ନୋଟିସ ଜାରି କରାଯାଇଥିଲା। ପ୍ରଥମେ ୭ ଦିନ ଏବଂ ପରେ ୨ ଦିନର ସମୟ ଦିଆଯାଇଥିଲା। ତେବେ, ସେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଶ୍ରୀମନ୍ଦିର ପ୍ରଶାସନ ତାଙ୍କୁ ନିଲମ୍ବନ କରିବାକୁ ନିଷ୍ପତ୍ତି ନେଇଛି।

ରାମକୃଷ୍ଣ ଏକ ସାମ୍ବାଦିକ ସମ୍ମିଳନୀରେ ଦାବି କରିଥିଲେ ଯେ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ଜଣେ ଶିଷ୍ୟ ଏବଂ ତାଙ୍କୁ ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ। ସେ ତିଥି ଅନୁସାରେ ପୂଜାର୍ଚ୍ଚନା କରିବାକୁ ପରାମର୍ଶ ଦେଇଥିବା ମଧ୍ୟ କହିଥିଲେ। ଏହି ମନ୍ତବ୍ୟ ବିବାଦକୁ ଆହୁରି ବଢ଼ାଇଥିଲା।

ଶ୍ରୀମନ୍ଦିର ପ୍ରଶାସନ କହିଛି ଯେ, ଏହି ଘଟଣା ଶ୍ରୀମନ୍ଦିରର ପରମ୍ପରା ଓ ନୀତିକୁ ଉଲ୍ଲଂଘନ କରୁଛି। ତଦନ୍ତରେ ରାମକୃଷ୍ଣଙ୍କ ଭୂମିକା ପ୍ରମାଣିତ ହେବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ସହ ତାଙ୍କ ବିରୋଧରେ ଆଗାମୀ ଦିନରେ ଅଧିକ କଠୋର ପଦକ୍ଷେପ ନିଆଯାଇପାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?