ମହାପ୍ରଭୁଙ୍କ ଲାଗି ଖୋଲାଯିବ ଡିଜିଟାଲ ହୁଣ୍ଡି: UPI ଜରିଆରେ…

ଭୁବନେଶ୍ୱର,୭।୬: ପୁରୀ ଜଗନ୍ନାଥ ମନ୍ଦିରର ଦାନ ପ୍ରକ୍ରିୟାକୁ ଆଧୁନିକୀକରଣ କରାଯିବ। ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ ଆଇନ ବିଭାଗ ପ୍ରସ୍ତୁତି ଆରମ୍ଭ କରି ଦେଇଛି।

ଯାହାକି ମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କଠାରୁ ଉତ୍ସାହଜନକ ସମର୍ଥନ ମିଳିଛି। ସମର୍ପଣ କାର୍ଯ୍ୟକ୍ରମରେ ଅନ୍‌ଲାଇନ ଦାନ ପ୍ରକ୍ରିୟାକୁ ସୁଗମ ଓ ସରଳ କରିବାର ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ଭକ୍ତମାନେ ଯେକୌଣସି ସ୍ଥାନରୁ ମନ୍ଦିର ପାଇଁ ଦାନ କରିପାରିବେ। ଏହି କାର୍ଯ୍ୟକ୍ରମ ଅଧୀନରେ, ରାଜ୍ୟ ଭିତରେ ଓ ବାହାରେ ଥିବା ବ୍ୟାଙ୍କଗୁଡ଼ିକରେ ପୃଥକ ଡିଜିଟାଲ ହୁଣ୍ଡି ସ୍ଥାପନ କରାଯିବ। ୟୁନିଫାଇଡ ପେମେଣ୍ଟ ଇଣ୍ଟରଫେସ(UPI) ମାଧ୍ୟମରେ ଅନ୍‌ଲାଇନ ଦାନ କରାଯାଇପାରିବ।

ବିଭିନ୍ନ ବ୍ୟାଙ୍କର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ(CMD)ଙ୍କ ସହ ଡିଜିଟାଲ ହୁଣ୍ଡି ଆରମ୍ଭ କରିବା ପାଇଁ ଆଲୋଚନା ଆରମ୍ଭ ହୋଇଥିବା ଜଣାପଡ଼ିଛି। ଏହାଦ୍ୱାରା ଭକ୍ତମାନେ UPI କୋଡ ସ୍କାନ କରି ସିଧାସଳଖ ଜଗନ୍ନାଥ ମନ୍ଦିରର ଖାତାକୁ ନିଜର ଦାନ ପ୍ରଦାନ କରିପାରିବେ।

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସରକାରଙ୍କ ଦୀର୍ଘମିଆଦୀ ଯୋଜନା ରହିଛି। ଭାରତର ସମସ୍ତ ବ୍ୟାଙ୍କ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ କରାଯିବ। ଭକ୍ତମାନେ ମହାପ୍ରଭୁଙ୍କୁ ଦାନ ଦେବାକୁ ଚାହାଁନ୍ତି, ସେମାନେ ଡିଜିଟାଲ ମାଧ୍ୟମରେ ଏହା କରିପାରିବେ। ବିଭିନ୍ନ ବ୍ୟାଙ୍କର CMDଙ୍କ ସହ ଏନେଇ ଆଲୋଚନା କରାଯାଇଛି। ଏହି ସମ୍ପର୍କରେ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri