ମହାପ୍ରଭୁଙ୍କ ଲାଗି ଖୋଲାଯିବ ଡିଜିଟାଲ ହୁଣ୍ଡି: UPI ଜରିଆରେ…

ଭୁବନେଶ୍ୱର,୭।୬: ପୁରୀ ଜଗନ୍ନାଥ ମନ୍ଦିରର ଦାନ ପ୍ରକ୍ରିୟାକୁ ଆଧୁନିକୀକରଣ କରାଯିବ। ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ ଆଇନ ବିଭାଗ ପ୍ରସ୍ତୁତି ଆରମ୍ଭ କରି ଦେଇଛି।

ଯାହାକି ମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କଠାରୁ ଉତ୍ସାହଜନକ ସମର୍ଥନ ମିଳିଛି। ସମର୍ପଣ କାର୍ଯ୍ୟକ୍ରମରେ ଅନ୍‌ଲାଇନ ଦାନ ପ୍ରକ୍ରିୟାକୁ ସୁଗମ ଓ ସରଳ କରିବାର ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ଭକ୍ତମାନେ ଯେକୌଣସି ସ୍ଥାନରୁ ମନ୍ଦିର ପାଇଁ ଦାନ କରିପାରିବେ। ଏହି କାର୍ଯ୍ୟକ୍ରମ ଅଧୀନରେ, ରାଜ୍ୟ ଭିତରେ ଓ ବାହାରେ ଥିବା ବ୍ୟାଙ୍କଗୁଡ଼ିକରେ ପୃଥକ ଡିଜିଟାଲ ହୁଣ୍ଡି ସ୍ଥାପନ କରାଯିବ। ୟୁନିଫାଇଡ ପେମେଣ୍ଟ ଇଣ୍ଟରଫେସ(UPI) ମାଧ୍ୟମରେ ଅନ୍‌ଲାଇନ ଦାନ କରାଯାଇପାରିବ।

ବିଭିନ୍ନ ବ୍ୟାଙ୍କର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ(CMD)ଙ୍କ ସହ ଡିଜିଟାଲ ହୁଣ୍ଡି ଆରମ୍ଭ କରିବା ପାଇଁ ଆଲୋଚନା ଆରମ୍ଭ ହୋଇଥିବା ଜଣାପଡ଼ିଛି। ଏହାଦ୍ୱାରା ଭକ୍ତମାନେ UPI କୋଡ ସ୍କାନ କରି ସିଧାସଳଖ ଜଗନ୍ନାଥ ମନ୍ଦିରର ଖାତାକୁ ନିଜର ଦାନ ପ୍ରଦାନ କରିପାରିବେ।

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସରକାରଙ୍କ ଦୀର୍ଘମିଆଦୀ ଯୋଜନା ରହିଛି। ଭାରତର ସମସ୍ତ ବ୍ୟାଙ୍କ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ କରାଯିବ। ଭକ୍ତମାନେ ମହାପ୍ରଭୁଙ୍କୁ ଦାନ ଦେବାକୁ ଚାହାଁନ୍ତି, ସେମାନେ ଡିଜିଟାଲ ମାଧ୍ୟମରେ ଏହା କରିପାରିବେ। ବିଭିନ୍ନ ବ୍ୟାଙ୍କର CMDଙ୍କ ସହ ଏନେଇ ଆଲୋଚନା କରାଯାଇଛି। ଏହି ସମ୍ପର୍କରେ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri