ଅବକାରୀ ବିଭାଗକୁ ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍‌ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି। ୨୦୨୩ ଜାନୁୟାରୀ ୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ଓଡ଼ିଶା ସରକାରଙ୍କ ‘୫-ଟି’ ସୂତ୍ର ଅନୁଯାୟୀ ୨୦୧୯-୨୦ରୁ ରାଷ୍ଟ୍ରୀୟ ସୂଚନା ଓ ବିଜ୍ଞାନ କେନ୍ଦ୍ରର ସହାୟତାରେ ଅବକାରୀ ବିଭାଗ ଅନ୍‌ଲାଇନ୍‌ ମାଧ୍ୟମରେ ୩୦ରୁ ଅଧିକ କାର୍ଯ୍ୟକ୍ରମ ଓ ସେବା ଯୋଗାଇ ଆସୁଛି। ଅବକାରୀ ଅପରାଧର ଠିକ୍‌ ପର୍ଯ୍ୟବେକ୍ଷଣ, ଚଢ଼ାଉକୁ ଜୋର୍‌ଦାର କରିବା, ନକଲି ମଦ କାରବାର ରୋକିବା, ସମୟାନୁବର୍ତ୍ତୀ ସେବା ପ୍ରଦାନ, ମଦ ଉତ୍ପାଦନ, ପରିବହନ, ନିୟନ୍ତ୍ରଣ, ଯୋଗାଣ ଓ ପରିଚାଳନା ସମେତ ସାମୂହିକ ସେବାରେ ସହାୟତା ପ୍ରଦାନ କରି ଆସୁଛି। ଇ-ଅବକାରୀ ଦ୍ୱାରା ଅନ୍‌ଲାଇନ ଲଟେରି ମାଧ୍ୟମରେ ଅବକାରୀ ଦୋକାନ ବନ୍ଦୋବସ୍ତ, ଠିକ୍‌ ସମୟରେ ଲାଇସେନ୍ସ ପ୍ରଦାନ, ନବୀକରଣ, ୧୦୦% ସରକାରୀ ପ୍ରାପ୍ୟର ଅନ୍‌ଲାଇନ ପୈଠ, ବ୍ରାଣ୍ଡ/ଲେବୁଲ ପଞ୍ଜୀକରଣ, ଅବକାରୀ ଦୋକାନଗୁଡ଼ିକର ସ୍ଥାନାନ୍ତର ଓ ମାଲିକାନା ସ୍ବତ୍ୱ ପରିବର୍ତ୍ତନ, ପର୍‌ମିଟ୍‌ ଓ ପାସ୍‌ ପ୍ରଦାନ, ମୋବାଇଲ ଆପ୍‌ ମାଧ୍ୟମରେ ଚଢ଼ାଉ ସ୍ଥାନ ଚିହ୍ନଟ କରାଯାଉଛି। ଫଳରେ ପୂର୍ବ ବର୍ଷ ତୁଳନାରେ ଦୁଇଗୁଣା ଅଭିଯୁକ୍ତ ଗିରଫ ହୋଇଛନ୍ତି। ବିଭାଗ ଅଧିକ ସ୍ବଚ୍ଛ, କ୍ରିୟାଶୀଳ, ଉତ୍ତରଦାୟୀ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri