ଅଚଳ ହୋଇପଡ଼ିଛି ଡିଜିଟାଲ କିଓସ୍କ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡିଏମ୍‌ଏଫ୍‌ ଅର୍ଥରେ ପ୍ରତିଷ୍ଠା କରାଯାଇଥିବା ଲକ୍ଷାଧିକ ଟଙ୍କା ବ୍ୟୟର ଡିଜିଟାଲ କିଓସ୍କ କାମରେ ଲାଗୁନି। ଦୀର୍ଘ ମାସ ହେଲା ଏହା ଅଚଳ ହୋଇ ପଡ଼ିଥିଲେ ହେଁ ମରାମତି କରାଯାଉ ନ ଥିବାରୁ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ କାୈଣସି ସୂଚନା ପାଇ ପାରୁନାହାନ୍ତି। ଯଦିଓ ସ୍ବାସ୍ଥ୍ୟ ସାଥୀମାନେ ଅଛନ୍ତି ତେବେ ଅନେକ ସୂଚନା ଯାହାକି ଉକ୍ତ ଡିଜିଟାଲ କିଓସ୍କରୁ ମିଳୁଥିଲା ତାହା ପାଇପାରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି।

ଡାକ୍ତର ତଥା ନର୍ସମାନଙ୍କ ଡ୍ୟୁଟି, ବ୍ଲଡ୍‌ ବ୍ୟାଙ୍କରେ କେଉଁ ଗ୍ରୁପ୍‌ର ରକ୍ତ କେତେ ରହିଛି ତାହାର ସୂଚନା ଆଦି ଉକ୍ତ କିଓସ୍କରୁ ଲୋକମାନେ ଜାଣି ପାରୁଥିଲେ। ଏବେ ଏହା ଅଚଳ ହୋଇ ପଡ଼ିଛି। ଏହାକୁ ସଜଡ଼ା ଯିବ ବୋଲି ମେଡିକାଲ ପକ୍ଷରୁ ସବୁବେଳେ କୁହଯାଉଛି। ଦୀର୍ଘ ମାସ ହେଲା ସଜଡ଼ା ଯାଉ ନ ଥିବାରୁ ସେଠାରେ ଥିବା କମ୍ପ୍ୟୁଟର, ଟିଭି ଆଦି ନଷ୍ଟ ହେଉଛି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. କୈଳାସଚନ୍ଦ୍ର ପୃଷ୍ଟି କହିଛନ୍ତି, କିଓସ୍କ ସଜାଡ଼ିବା ପାଇଁ ଦାୟିତ୍ୱରେ ଥିବା ଆଉଟ୍‌ସୋର୍ସିଂ ସଂସ୍ଥାକୁ କୁହାଯାଇଛି। ଶୀଘ୍ର ତାହା କାର୍ଯ୍ୟକ୍ଷମ କରାଯିବ। ତୁରନ୍ତ କିଓସ୍କ କାର୍ଯ୍ୟକ୍ଷମ କରିବାକୁ ସ୍ଥାନୀୟ ସାମାଜିକ କର୍ମୀ ଦିଲ୍ଲୀପ ସାହୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri