‘ଡିଜିଟାଲ ସାକ୍ଷରତା ମହିଳା ସଶକ୍ତୀକରଣର ମୂଳମନ୍ତ୍ର’

ଭୁବନେଶ୍ୱର,୧୬।୨: ଓଡ଼ିଶା ରାଜ୍ୟ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଅନୁଷ୍ଠାନ (ଓସାଫି) ପକ୍ଷରୁ ବୁଧବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ଏକ ହୋଟେଲ ପରିସରରେ ୪ର୍ଥ ରାଜ୍ୟସ୍ତରୀୟ ଓଡ଼ିଶା ଆର୍ଥିକ ଅନ୍ତର୍ଭୁକ୍ତୀକରଣ କର୍ମଶାଳା ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା, ଏସ୍‌ଏଲ୍‌ବିସିର ଆବାହକ ଗୌତମ ପାତ୍ର, ଭାରତୀୟ ଲଘୁ ଉଦ୍ୟୋଗ ବ୍ୟାଙ୍କର ମୁଖ୍ୟ ମହାପ୍ରବନ୍ଧକ ଡ.ଶୁଭ୍ରାଂଶୁ ଶେଖର ଆଚାର୍ଯ୍ୟ, ଇସାଫ୍‌ ସ୍ମଲ ଫାଇନାନ୍ସ ବ୍ୟାଙ୍କର ମୁଖ୍ୟ ପ୍ରବନ୍ଧ ନିର୍ଦ୍ଦେଶକ କେ. ପାଉଲ୍‌ ଥୋମାସ, ସିୱାଇଏସ୍‌ଡିର ପ୍ରତିଷ୍ଠାତା ଜଗଦାନନ୍ଦ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ଏହି ପରିପ୍ରେକ୍ଷୀରେ ଓସାଫିର ସଭାପତି ଦିବ୍ୟଜ୍ୟୋତି ପଟ୍ଟନାୟକ ଅଧ୍ୟକ୍ଷତାକରି କହିଥିଲେ, ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ମାଧ୍ୟମରେ ରାଜ୍ୟର ମହିଳାମାନେ ରୋଜଗାରକ୍ଷମ ହୋଇ ନିଜ ପରିବାରର ସମସ୍ତ ଆର୍ଥିକ ଆବଶ୍ୟକତାକୁ ପୂରଣ କରୁଛନ୍ତି। ଏପରିକି ବ୍ୟକ୍ତିଗତ ସ୍ତରରେ ଆରମ୍ଭ ହୋଇଥିବା ଛୋଟ ଛୋଟ ବ୍ୟବସାୟ ଆଜି କ୍ଷୁଦ୍ର ଉଦ୍ୟୋଗରେ ପରିଣତ ହୋଇଛି। ବିଶେଷକରି ଏସ୍‌ଏଚ୍‌ଜି ମହିଳାମାନେ କ୍ଷୁଦ୍ର ବ୍ୟବସାୟରୁ ରୋଜଗାର କରି ନିଜ ପରିବାରର ସାମଗ୍ରିକ ବିକାଶରେ ଭାଗୀଦାରି ହୋଇପାରିଛନ୍ତି। ସେହିଭଳି ଓଡ଼ିଶାରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଦ୍ୱାରା ପଞ୍ଜୀକୃତ ୭୦ରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଆର୍ଥିକ ଅନୁଷ୍ଠାନ, ଏନ୍‌ବିଏଫ୍‌ସି, ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏନ୍‌ବିଏଫ୍‌ସି ଏମ୍‌ଏଫ୍‌ଆଇ ଇତ୍ୟାଦି ୩୦ ଗୋଟି ଜିଲାର ୪୩ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ବିଭିନ୍ନ ସମୟରେ ଆର୍ଥିକ ସେବା ଯୋଗାଇ ଆସୁଛନ୍ତି।

ଅପରପକ୍ଷରେ ମହିଳା ସଶକ୍ତୀକରଣର ବିଭିନ୍ନ ଦିଗ, ଉଦ୍ୟୋଗ ବିକାଶ କ୍ଷେତ୍ରରେ ଡିଜିଟାଲ ସାକ୍ଷରତାର ଗୁରୁତ୍ୱ ଏବଂ ମହିଳାମାନଙ୍କ ବ୍ୟବସାୟିକ ବୃଦ୍ଧି ଦିଗରେ ଅତିଥିମାନେ ବିସ୍ତୃତ ଆଲୋକପାତ କରିଥିଲେ। କର୍ମଶାଳାର ୨ୟ ଅଧିବେଶନରେ ୟୁଏନ୍‌ଡିପିର ରାଜ୍ୟ ମୁଖ୍ୟ ଆଭା ମିଶ୍ର, ଡିସିବି ବ୍ୟାଙ୍କ୍‌ର ଆଞ୍ଚଳିକ ମୁଖ୍ୟ ସତ୍ୟ ପ୍ରଧାନ, ଗ୍ରାମ ଉତ୍‌ଥାନର ମୁଖ୍ୟ ଗୋବିନ୍ଦ ଦାସ, ଜାଭିୟର ବିଶ୍ୱବିଦ୍ୟାଳୟର ପ୍ରଫେସର ରମନା, କିଟ ବିଶ୍ୱ ବିଦ୍ୟାଳୟର ପ୍ରଫେସର ଦେବାଶିଷ ମହାପାତ୍ର ପ୍ରମୁଖ ଯୋଗଦେଇ ମହିଳା ସଶକ୍ତୀକରଣ ଓ ବିଭିନ୍ନ ଆର୍ଥିକ ସେବା ବିଷୟରେ ଆଲୋଚନା କରିଥିଲେ। ସେହିପରି ଓସାଫିର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅନୁଷ୍ଠାନର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିବା ବେଳେ ସଂସ୍ଥାର ସଦସ୍ୟ ଡ.ଆଲୋକ ପଟ୍ଟନାୟକ ଓ ରାକେଶ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କର୍ମଶାଳାରେ ଓସାଫିର ୨୭ ଗୋଟି ସଦସ୍ୟ ଅନୁଷ୍ଠାନର ୩୦ଗୋଟି ଜିଲାରୁ ୫୦୦ରୁ ଅଧିକ ପ୍ରତିନିଧି ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri