ବିଓବି ପକ୍ଷରୁ ‘ଡିଜିଟାଲ ଋଣ’କର୍ମଶାଳା

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ପକ୍ଷରୁ ନିକଟରେ ଏକ ଜାତୀୟ ସ୍ତରର କର୍ମଶାଳା ‘ଅଖିଳ ଭାରତୀୟ ହିନ୍ଦୀ ସମ୍ମିଳନୀ’ ପଞ୍ଜାବର ଅମୃତସରଠାରେ ଆୟୋଜିତ ହୋଇଯାଇଛି। ବିଶେଷକରି ବ୍ୟାଙ୍କ, ବୀମା କମ୍ପାନୀ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥାଗୁଡିକ ନିମନ୍ତେ ‘ଡିଜିଟାଲ ଋଣ’ ଶୀର୍ଷକ ବିଷୟବସ୍ତୁ ଉପରେ ଉକ୍ତ ହିନ୍ଦୀ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଦେଶର ପ୍ରମୁଖ ବ୍ୟାଙ୍କ, ବୀମା କମ୍ପାନୀ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥାଗୁଡିକର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ଉକ୍ତ ସମ୍ମିଳନୀର ପୃଷ୍ଠଭୂମି ଉପରେ ବିଓବିର ରାଜଭାଷା ଏବଂ ସଂସଦୀୟ ସମିତିର ମୁଖ୍ୟ ସଞ୍ଜୟ ସିଂହ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ବର୍ତ୍ତମାନ ସମୟରେ ଡିଜିଟାଲୀକରଣ ପ୍ରକ୍ରିୟା ଉପରେ ସଚେତନତା ଆଣିବା ନିମନ୍ତେ ‘ଡିଜିଟାଲ ଋଣ’ ବିଷୟ ଉପରେ ବିସ୍ତୃତ ଆଲୋଚନା କରାଯାଉଛି ବୋଲି ସେ ମତପ୍ରକାଶ କରିଛନ୍ତି। ଏପରିକି ବିଓବି ଦ୍ୱାରା ଦୀର୍ଘ ୯ବର୍ଷ ଧରି ଏହି ପ୍ରକାରର ହିନ୍ଦୀ ସମ୍ମିଳନୀର ଆୟୋଜନ କରାଯାଉଛି। ଯେଉଁଥିରେ ବ୍ୟାଙ୍କ, ବୀମା କମ୍ପାନୀ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥାଗୁଡିକର କର୍ମଚାରୀମାନେ ଯୋଗ ଦେଉଛନ୍ତି। ଏହି ଅବସରରେ ବିଓବି ଅମୃତସର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ସତ୍‌ପାଲ ମେହେର ଏବଂ ଉପ-କ୍ଷେତ୍ରୀୟ ମୁଖ୍ୟ ଆଶୋକ କୁମାର ବିଶେଷ ଭାବେ ଉପସ୍ଥିତ ଥିଲେ। ଉକ୍ତ ସମ୍ମିଳନୀରେ ବ୍ୟାଙ୍କ ଏବଂ ଅନ୍ୟ ବିତ୍ତୀୟ ସଂସ୍ଥାଗୁଡିକର ଉଚ୍ଚାଧିକାରୀଙ୍କ ସମେତ ୧୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଅଂଶଗ୍ରହଣ କରିଥିଲେ। ବିଶେଷକରି ବିଓବିର ସହାୟକ ମହାପ୍ରବନ୍ଧକ (ରାଜଭାଷା ଏବଂ ସଂସଦୀୟ ସମିତି) ପୁନୀତ କୁମାର ମିଶ୍ର ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri