ଭୁବନେଶ୍ୱର,୨୮।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଟେଲିକମ୍ କମ୍ପାନୀ ତଥା ଡିଜିଟାଲ ସେବା ପ୍ରଦାନକାରୀ ସଂସ୍ଥା ରିଲାଏନ୍ସ ଜିଓ ଓଡ଼ିଶାର ୪୭,୦୦୦ରୁ ଅଧିକ ଗାଁରେ ଉପଲବ୍ଧ ହେଉଥିଲାବେଳେ ଡିଜିଟାଲ ଅନ୍ତର୍ଭୁକ୍ତୀକରଣକୁ ତ୍ୱରାନ୍ବିତ କରିବା ଏବଂ ଡିଜିଟାଲ ବୈଷମ୍ୟ ଦୂରକରିବା ପାଇଁ କମ୍ପାନୀ ନିରନ୍ତର ଉଦ୍ୟମ ଜାରି ରଖିଛି। ଏପରିକି ଜିଓର ୪ଜି/୫ଜି ନେଟ୍ୱାର୍କ ଓଡ଼ିଶାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ କ୍ରାନ୍ତି ସହ ବହୁ ହଜାର ଦୁର୍ଗମ ଗ୍ରାମକୁ ଡିଜିଟାଲ ସେବା ସହ ସଂଯୁକ୍ତ କରିଛି। ସେହିଭଳି ରାଜ୍ୟର ସବୁ ସ୍ଥାନରେ ବିଶ୍ୱସ୍ତରୀୟ ଡାଟା ସେବା ଉପଲବ୍ଧ କରାଇବା ପାଇଁ କମ୍ପାନୀର ପ୍ରତିବଦ୍ଧତା ସ୍ବରୂପ ପୂର୍ବରୁ ଆଧୁନିକ ଯୋଗାଯୋଗ ଭିତ୍ତିିଭୂମିର ଅଭାବ ରହିଥିବା ଅଞ୍ଚଳଗୁଡିକରେ ଜିଓ ୪ଜି/୫ଜି ନେଟ୍ୱର୍କ ସ୍ଥାପନ ଜାରି ରଖିଛି। ବିବିଧ ଭୌଗୋଳିକ ଆହ୍ବାନ ଓ ବାଧାବିଘ୍ନ ଅତିକ୍ରମକରି ଜିଓ ସଫଳତାର ସହ ତା’ର ବିଶ୍ୱସ୍ତରୀୟ ନେଟ୍ୱର୍କକୁ ଓଡ଼ିଶାର ୪୭,୦୦୦ରୁ ଅଧିକ ଗ୍ରାମକୁ ବିସ୍ତାର କରିଛି ଏବଂ ବର୍ତ୍ତମାନ ବି ଅପହଞ୍ଚ ରହିଥିବା ରାଜ୍ୟର ଅନ୍ୟାନ୍ୟ ସୁଦୂର ତଥା ଦୁର୍ଗମ ଗ୍ରାମଗୁଡ଼ିକରେ ନେଟ୍ୱର୍କ ସ୍ଥାପନ କରିବା କାର୍ଯ୍ୟ କରୁଛି। ଜିଓର ନିର୍ଭରଯୋଗ୍ୟ ଡାଟା ନେଟ୍ୱର୍କ ଏହି ଦୁର୍ଗମ ଅଞ୍ଚଳର ଲୋକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା ସହ ସେମାନଙ୍କର ତ୍ୱରିତ ସାମାଜିକ, ଅର୍ଥନୈତିକ ବିକାଶ ପାଇଁ ପଥ ପରିଷ୍କାର କରିଛି।
‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା
ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…
ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…
ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…
୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…
ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…
୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ
ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…
ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ
ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…
କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର
ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍ ତଥା ଅମ୍ପାୟାର୍ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…
ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା
କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…
ବାର୍ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ
ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

