ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ମହେନ୍ଦ୍ରଗିରି ମେଳା ଦେଖି ଫେରୁଥିବା ବେଳେ ଦିଗପହଣ୍ଡି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଗତକାଲି ଜଣେ ଏବଂ ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ଘଟିଥିଲା।

ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଜ୍ୟ ସରକାର। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ନିକଟତମ ପରିବାର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରାଯାଇଛି।

ସେହିପରି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦେବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ ଯେ, ମହେନ୍ଦ୍ରଗିରି ମେଳାରୁ ଫେରୁଥିବା ସମୟରେ ଘଟିଥିବା ଏହି ଦୁର୍ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସ୍ଥାନୀୟ ଲୋକମାନେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

Dharitri – Odisha’s No.1 Odia Daily

Share