ଦିଗପହଣ୍ଡି ଦୁର୍ଘଟଣା; ଆହତଙ୍କୁ ଭେଟିଲେ ପରିବହନ ମନ୍ତ୍ରୀ-ବିଧାୟକ, ରେଡକ୍ରସ ପାଣ୍ଠିରୁ ସହାୟତା ଘୋଷଣା   

ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଝାଟିପିଟିଆ ଗ୍ରାମ ନିକଟରେ ରବିବାର ସକାଳ ପ୍ରାୟ ୯ ଟାରେ ଯାତ୍ରୀବାହୀ ମିନିବସ ନଂ(ଓ ଆର ୦୭ ଜେ – ୩୩୩୮) ସହ ଶୁଖୁଆ ବୋଝେଇ ପିକ୍ ଅପ୍ ଭ୍ୟାନ ନଂ. ଓଡ଼ି୧୭ ଏଏଫ୍ -୮୨୦୭) ମୁହାଁ ମୁହିଁ ଧକ୍କା ହେବାରୁ ୩୧ ଜଣ  ଆହତ ହୋଇଥିଲେ।  ଆହତ ମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ୮ ଡାକ୍ତର ନିଯୁକ୍ତ ଥିବା ସତ୍ତ୍ବେ କେବଳ ଦନ୍ତ ଚିକିତ୍ସକ ଡ଼ା.ଅଜିତ କୁମାର ରଥ ଉପସ୍ଥିତ ଥିବାରୁ ଦିଗପହଣ୍ଡି ଏନଏସି ଉପାଧ୍ୟକ୍ଷା ପ୍ରତିନିଧି କେ. କୁନା ପ୍ରମୁଖ ବହୁ ସଂଖ୍ୟକ ସାମାଜିକ କର୍ମୀ ସ୍ୱାସ୍ଥ୍ୟକେନ୍ଦ୍ରରେ ହୋ ହଲ୍ଲା କରିଥିଲେ ।

ଆହତ ମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା। ଖବରପାଇ ଖଣି,ଇସ୍ପାତ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର, ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ, ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର ବଡ଼ ଡାକ୍ତରଖାନାରେ ପହଞ୍ଚି ଚିକିତ୍ସାଧୀନ ଆହତମାନଙ୍କୁ ଭେଟି ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଜିଲାପାଳ ଗୁରୁତର ଆହତ ମାନଙ୍କୁ ୩୦ ହଜାର ଏବଂ ଅନ୍ୟ ଆହତ ମାନଙ୍କୁ ୨୦ ହଜାର ଟଙ୍କା ରେଡକ୍ରସ ପାଣ୍ଠିରୁ ଅନୁକମ୍ପା ମୂଳକ ଚିକିତ୍ସା ସହାୟତା ଦିଆଯିବ ବୋଲି ଘୋଷଣା କରିଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri