ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା
ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ରବିବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବିଜେଡ଼ି ବିଧାୟକ ପ୍ରାର୍ଥୀ ବିପ୍ଳବ ପାତ୍ରଙ୍କ ପରାମର୍ଶ କ୍ରମେ  ଆୟୋଜିତ ସଭାରେ ପୂର୍ବତନ ଏନ୍ଏସି ଅଧ୍ୟକ୍ଷ ହୃଦୟ ରଞ୍ଜନ ମେକାପ, ଭି.ରବି ନାରାୟଣ ରାଜୁ ଯୋଗଦେଇ  ଆଗାମୀ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ସହରର ପ୍ରତ୍ୟେକ ୱାର୍ଡରେ ଦଳୀୟ ସାଙ୍ଗଠନିକ ଅଭିବୃଦ୍ଧି ନେଇ ବିସ୍ତୃତ ଆଲୋଚନା କରିଥିଲେ । ଏହାସହ ସମସ୍ତ ଦଳୀୟ ନେତୃମଣ୍ଡଳୀ ଏବେ ଠାରୁ ପ୍ରତି ସାହି ବସ୍ତି ରେ ଥିବା ଦଳୀୟ କର୍ମୀମାନଙ୍କ ସହ ସମ୍ପର୍କ ଯୋଡି ସେମାନଙ୍କ ସହ ବିଚାର ବିମର୍ଶ କରିବା ସହ ପ୍ରତି ୱାର୍ଡରେ ଦଳୀୟ କମିଟି ଗଠନ କରି ସଙ୍ଗଠନ କୁ ମଜବୁତ୍ କରିବାକୁ ପରାମର୍ଶ ଦେଇଥିଲେ।

ବିଜେଡ଼ି ନଗର କମିଟି ସଭାପତି ତାରା ପ୍ରସାଦ ପଟ୍ଟନାୟକଙ୍କୁ ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା। କାଉନସିଲର ନୀଳମାଧବ ଗୌଡ଼, ଜ୍ୟୋସ୍ନା ଜେନା, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ପି. ମାଧବ ଦୋରା, ମାଗି ସେଠୀଙ୍କ ସମେତ ଦଳୀୟ ନେତୃବୃନ୍ଦ  ରଞ୍ଜନ ବେହେରା, ରମେଶ ଚନ୍ଦ୍ର ଜେନା,ପ୍ରଶାନ୍ତ ପାଣିଗ୍ରାହୀ, ଶ୍ରୀକାନ୍ତ ମହାନ୍ତି, ନିଗମ ପ୍ରସାଦ ପଣ୍ଡା, ଶିବ ଶଙ୍କର ମହାଙ୍କୁଡ଼,ଏମ.ସୁଦର୍ଶନ, ଦିବାକର ଜେନା,ଭବାନୀ ଶଙ୍କର ପାଢ଼ୀ, ବଳରାମ ମହାରଣା, ରାଜେନ୍ଦ୍ର ଗୌଡ, ପିଙ୍କୁ ଘଡେଇ, ଟୁନା ସେଠୀ ପ୍ରମୁଖ ବହୁ ସଂଖ୍ୟକ ଦଳୀୟ କର୍ମୀ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରିବାରକୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, ବିଧାୟକ…

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପୂର୍ବତନ ବ୍ଲକ ଅଧକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳଙ୍କ ଗତ ଶୁକ୍ରବାର ଦିନ ଦେହାନ୍ତ ହୋଇଥିଲା ।…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri