ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…

ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି ଉପଲକ୍ଷେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟରେ ଆୟୋଜିତ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ  ସହ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ ସଭାପତିତ୍ୱ କରିଥିଲେ। ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଇ. ଗଣେଶ ପାତ୍ର, ଏନପିଏସ୍ ଶିକ୍ଷକ ସଂଘ ସଭାପତି ରାଜେନ୍ଦ୍ର କୁମାର ଗୌଡ଼, ସହ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ, ରସାନନ୍ଦ ଘଡେଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।  ଅବସରପ୍ରାପ୍ତ ଶିକ୍ଷାଧିକାରୀଙ୍କ  ପ୍ରଶାସନିକ ଦକ୍ଷତା,  ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀଙ୍କ ପ୍ରତି ତାଙ୍କ ଉତ୍ତମ ବ୍ୟବହାର ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ଅତିଥି ବୃନ୍ଦ ମତବ୍ୟକ୍ତ କରିବା ସହ ତାଙ୍କ ଭବିଷ୍ୟତ ଚଲାପଥ କୁସୁମିତ ହେବାକୁ କାମନା କରିଥିଲେ।

 

ସେହିପରି ଦିଗପହଣ୍ଡି ବ୍ଲକ ଉତ୍ତା ଅନଙ୍ଗପୁର ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିବରାମ ପ୍ରଧାନ, କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାଇନାଥ ନାୟକ ଏବଂ ପେଣ୍ଡୁରାବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିରଞ୍ଜନ ଡାକୁଆଙ୍କୁ ସଭାରେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ସଭାରେ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ଶିକ୍ଷକ ବସନ୍ତ କୁମାର ପାଣି, ଲକ୍ଷ୍ମଣ ସାହୁ, ପର୍ଶୁରାମ ବେହେରା, ଗଣେଶ ସାହୁ, ସନ୍ତୋଷ ସାହୁ,ସତ୍ୟ ନାରାୟଣ ଦୋରା, ବିଜୟ କୁମାର ପ୍ରଧାନ,ସିମାଦ୍ରି ପାତ୍ର, ଶିବରାମ ପ୍ରଧାନ, ସୁଧାଂଶୁ ଶେଖର ପଣ୍ଡା, ଅମୂଲ୍ୟ ସେଠୀ ପ୍ରମୁଖ ବହୁ ସଂଖ୍ୟକ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର

ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri