ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପରିସରରେ ଆୟୋଜିତ ସଭାରେ ସଂଘର ସଭାପତି ରାଜେନ୍ଦ୍ର ସାହୁ ଅଧ୍ୟକ୍ଷତା କରିଥିଲେ। ସଭାରେ ପ୍ରଥମ ବୈଠକର ବିବରଣୀ ପାଠ କରାଯିବା ପରେ ସଂଘର ନୂତନ ସଭ୍ୟା ସଭ୍ୟ ସଂଗ୍ରହ ଏବଂ ସାଙ୍ଗଠନିକ ଅଭିବୃଦ୍ଧି ନେଇ ବିସ୍ତୃତ ଆଲୋଚନା କରାଯିବା ପରେ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଥିଲା।

ସଂଘ ପକ୍ଷରୁ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ, ମଠ, ମନ୍ଦିର ସଫେଇ, ଆଗାମୀ ବର୍ଷା ଋତୁରେ ଛାୟା ପ୍ରଦାନକାରୀ ଏବଂ ବିଭିନ୍ନ କିସମର ବୃକ୍ଷ ଚାରା ରୋପଣ, ସ୍ଵେଚ୍ଛାକୃତ ରକ୍ତଦାନ ଶିବିର, ଅସହାୟ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷା ଉପକରଣ ବଣ୍ଟନ ପାଇଁ ସଂଘର ଉପଦେଷ୍ଟା ପୂର୍ବତନ କାଉନସିଲର ଅଳକ ନାଥ ମିଶ୍ର ପ୍ରସ୍ତାବ ଦେଇଥିଲେ । ସଂଘ ପକ୍ଷରୁ ବିଭିନ୍ନ ସରକାରୀ ସ୍କୁଲର ଅଭାବ ଅସୁବିଧା ତଥ୍ୟ ସଂଗ୍ରହ କରାଯାଇ ଶିକ୍ଷା ବିଭାଗ ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ ପାଇଁ ସଭାରେ ସବିଶେଷ ଆଲୋଚନା କରାଯାଇଥିଲା।

ଆସନ୍ତା ଅଗଷ୍ଟ ଶେଷ ସପ୍ତାହରେ ସଂଘ ପକ୍ଷରୁ ଉତ୍ସବ କରାଯିବା ନିମନ୍ତେ ନିଷ୍ପତ୍ତି ନିଆଯାଇଥିଲା। ସଭାରେ ସଂଘ ସମ୍ପାଦକ ଶିକ୍ଷକ କାଳୁ ଚରଣ ପାଣିଗ୍ରାହୀ, କୋଷାଧ୍ୟକ୍ଷ ଆଦିତ୍ୟ ମହାରଣା, ସହ କୋଷାଧ୍ୟକ୍ଷ ପ୍ରଭାକର ସେଠୀ ଏବଂ କାର୍ଯ୍ୟକାରୀ କମିଟିର ସଦସ୍ୟ ବୃନ୍ଦ ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସଭାରେ ସଂଘର ସଂଖ୍ୟାଧିକ ସଦସ୍ୟ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ମୋଦିଙ୍କ ପରିବାରକୁ ନେଇ ଖାର୍ଗେଙ୍କ ମନ୍ତବ୍ୟରେ ବିବାଦ, କଂଗ୍ରେସକୁ ଘେରିଲେ ମନମୋହନ ସାମଲ

ଭୁବନେଶ୍ୱର,୨୭।୧୦(ସୁନିତ୍‌ ମିଶ୍ର): ରାଜନୀତିରେ ଆଦର୍ଶ, ବିଚାରଧାରା ଓ ମର୍ଯ୍ୟାଦାର ଏକ ସ୍ବତନ୍ତ୍ର ସ୍ଥାନ ରହିଛି । ରାଜନୀତି ଆଦର୍ଶବାଦ ତଥା ବିଚାରଧାରା ଉପରେ ପର୍ଯ୍ୟବସିତ। ଗଣତନ୍ତ୍ରରେ ମତଭେଦ…

ଲକ୍ଷ୍ମୀପୂଜା ଦେଖି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ଜୀବନ

ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି…

ଦିଗପହଣ୍ଡିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟ୍‌ ମାମଲା: ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମର ସନ୍ତୋଷ ସେଠୀ ଓରଫ କେଳା(୩୪) ଏବଂ ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ (୩୭)ଙ୍କୁ…

ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ, ଦକ୍ଷିଣ ଓଡ଼ିଶାର ସ୍କୁଲ-ଅଙ୍ଗନୱାଡି କେନ୍ଦ୍ର ବନ୍ଦ

ଭୁବନେଶ୍ବର,୨୭।୧୦: ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ନବରଙ୍ଗପୁର, ରାୟଗଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ୨୭ ଓ ୨୮ ଦୁଇ ଦିନ ବନ୍ଦ ରଖାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?