ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା ୧୯୮୨ ମସିହା ମାଟ୍ରିକ ବ୍ୟାଚର ବହୁସଂଖ୍ୟକ ପୁରାତନ ଛାତ୍ର ଏକାଠି ହୋଇ ଦିଗପହଣ୍ଡି ବ୍ଲକ ପୁରାତନ ଛାତ୍ର ସଂଘ ଗଠନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡିି ହାଇସ୍କୁଲ, ପଦ୍ମନାଭପୁର ରାଧାଶ୍ୟାମ ହାଇସ୍କୁଲ, ବମୋକେଇ ଗ୍ରାମ ସ୍ଥିତ ଶିବାନନ୍ଦ ହାଇସ୍କୁଲ ଏବଂ ଭୀଷ୍ମଗିରି ଗ୍ରାମ ସ୍ଥିତ ସରକାରୀ ହାଇସ୍କୁଲ ଛାତ୍ରମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଥିଲା।

ଆଲୋଚନା ସଭାରେ ଉପସ୍ଥିତ କିଛି ଛାତ୍ର ପାଠ ପଢ଼ା ସମୟର  ସ୍ମୃତିଚାରଣ କରିଥିଲେ । ଅନେକ ବର୍ଷ ପରେ ସାଙ୍ଗସାଥିମାନେ ଏକତ୍ରିତ ହୋଇଥିବାରୁ ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନ କରିବା ସହ ଛାତ୍ର ଜୀବନ ସମୟରେ ଘଟିଯାଇଥିବା ଛୋଟ ବଡ଼ ଘଟଣାକୁ ମନେପକାଇ ଭାବ ବିହ୍ୱଳ ହୋଇପଡ଼ିଥିଲେ। ପରେ ପୁରାତନ ଛାତ୍ର ସଂଘର କର୍ମକର୍ତ୍ତା ଚୟନ କରାଯାଇଥିଲା। ସଂଘର ଉପଦେଷ୍ଟା ଭାବେ ଅଳକ ନାଥ ମିଶ୍ର, ସଭାପତି ଭାବେ ରାଜେନ୍ଦ୍ର ସାହୁ, ସମ୍ପାଦକ ଭାବେ କାଳୁ ଚରଣ ପାଣିଗ୍ରାହୀ, ସହ – ସମ୍ପାଦକ ଭାବେ ପ୍ରଭାକର ସେଠୀ ଏବଂ କୋଷାଧ୍ୟକ୍ଷ ରୂପେ ଆଦିତ୍ୟ ମହାରଣାଙ୍କୁ ସର୍ବସମ୍ମତି କ୍ରମେ ମନୋନୟନ କରାଯାଇଥିଲା। ସଂଘ ପକ୍ଷରୁ ବୃକ୍ଷ ଚାରା ରୋପଣ, ସ୍ଵେଚ୍ଛାକୃତ ରକ୍ତଦାନ ଶିବିର, ମଠ ମନ୍ଦିର ପୋଖରୀ ରାସ୍ତାଘାଟ ସଫେଇ ଭଳି ବିଭିନ୍ନ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ସଭାରେ ବିଧିବଦ୍ଧ ନିଷ୍ପତ୍ତି ନିଆଯାଇଥିଲା।

ଆଗାମୀ ଦିନରେ ସଂଘକୁ ଅଧିକ କ୍ରିୟାଶୀଳ କରାଯିବା ସହ ପୁରାତନ ଛାତ୍ରୀଛାତ୍ରମାନଙ୍କୁ ଯୋଗାଯୋଗ କରାଯାଇ ପରବର୍ତ୍ତୀ ସଭାରେ ସେମାନଙ୍କୁ ସଂଘର ସଦସ୍ୟ ଭାବେ ଗ୍ରହଣ ପାଇଁ ଆଗତ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା। ପ୍ରାଧ୍ୟାପକ ଡ଼.କୃଷ୍ଣଚନ୍ଦ୍ର ପ୍ରଧାନ, ଅବସର ପ୍ରାପ୍ତ କ୍ରୀଡା ଶିକ୍ଷକ ଏମ.ଗୌରାଙ୍ଗ, ପୂର୍ବତନ କାଉନସିଲର ବିଚିତ୍ର ବେହେରା, ଭଗବାନ ମହାରଣା, ୟୁ.ଲିଙ୍ଗରାଜ, ସତ୍ୟନାରାୟଣ ଦାସ, ହରିଶ୍ଚନ୍ଦ୍ର ସାହୁ ପ୍ରମୁଖ ବହୁ ସଂଖ୍ୟକ ପୁରାତନ ଛାତ୍ର ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri