ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଆଣ୍ଡାମାନ ନିକୋବର ରାଜ୍ୟ ସନ୍ତରଣ ସଂଘ ଓ ଆଣ୍ଡମାନ ନିକୋବର ରାଜ୍ୟ ଅଲିମ୍ପିକ ସଂଘର ମିଳିତ ତତ୍ତ୍ୱାବଧାନରେ ଗତ ୨୫ ଓ ୨୬ ତାରିଖ ଦୁଇଦିନ ବ୍ୟାପୀ  ଓପନ୍ ଷ୍ଟେଟ ସନ୍ତରଣ ଚାମ୍ପିୟନସିପ୍ ଓ ଜାତୀୟ ଚୟନ ଟ୍ରାଏଲ ଅନୁଷ୍ଠିତ ହୋଇଥିଲା ସେଥିରୁ ଯୋଗେନ୍ଦ୍ର ଅଂଶଗ୍ରହଣ କରି ୫୦ ମିଟର ବେଷ୍ଟଷ୍ଟ୍ରୋକରେ ପ୍ରଥମସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ  ହାସଲ କରିଛନ୍ତି ।

ଯୋଗେନ୍ଦ୍ରଙ୍କ ଏଇ ସଫଳତା ପାଇଁ ସମଗ୍ର ରାଜ୍ୟ ଓ ଗଞ୍ଜାମ ଜିଲା ଗର୍ବିତ ବୋଲି ଗ୍ରାମବାସୀ କହିଛନ୍ତି । ଯୋଗେନ୍ଦ୍ରଙ୍କ ଏହି ସଫଳତା ପ୍ରଚାରିତ ହେବା ତାଙ୍କୁ ଶୁଭେତ୍ସାର ସୁଅ ଛୁଟୁଛି । ତାଙ୍କର ଏହି ସଫଳତା ପଛରେ ମାତା ପିତା ଓ ଗ୍ରାମର ବୟୋଜ୍ୟେଷ୍ଠମାନଙ୍କ ଆଶୀର୍ବାଦ ଥିବା ଯୋଗେନ୍ଦ୍ର ତାଙ୍କ ପ୍ରତିକ୍ରିୟାରେ ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri