ଦିଗପହଣ୍ଡି ବସଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ ; ପ୍ରତିବାଦରେ ୪ ଘଣ୍ଟା ରାସ୍ତାରୋକୋ, ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗଞ୍ଜାମ ଜିଲାର ଏକ ପ୍ରମୁଖ ବାଣିଜ୍ୟ ପେଣ୍ଠସ୍ଥଳୀ ହୋଇଥିବା ବେଳେ ପ୍ରତିଦିନ ଏହି ବସଷ୍ଟାଣ୍ଡ ଇଲାକାକୁ  ଆଖପାଖ ଅଞ୍ଚଳରୁ ହଜାର ହଜାର ଲୋକ ବ୍ୟବସାୟ ପାଇଁ ଆସିଥାନ୍ତି । ଏଠାରେ ୪ ଟି ପ୍ରମୁଖ  ବ୍ୟାଙ୍କ, ଏଟିଏମ୍ ଏବଂ  ଛାତ୍ରୀଛାତ୍ରଙ୍କ ତାଲିମ ନିମନ୍ତେ କମ୍ପୁଟର ସେଣ୍ଟର ରହିଛି।  ସାମାନ୍ୟ ବର୍ଷା ହେଲେ ଏହି ୧୭ ନଂ. ରାଜ୍ୟ ରାଜପଥ ଅଧିନ ଏହି ମୁଖ୍ୟରାସ୍ତାରେ କୁତ୍ରିମ ବନ୍ୟା ସୃଷ୍ଟି ହେବା ସହ ନାଳ ନର୍ଦ୍ଦମାର ଦୂଷିତ ପାଣି ରାସ୍ତା ଉପରେ ଲହଡ଼ି ମାରୁଛି ।

ବର୍ଷା ଜଳ ଓ  ନାଳ ନର୍ଦ୍ଦମାର ଦୂଷିତ ପାଣି ଡ୍ରେନ ଯୋଗେ ନିଷ୍କାସନ ନ ହେବାରୁ ବସଷ୍ଟାଣ୍ଡର ଉଭୟ ପାର୍ଶ୍ବରେ ୩ ଫୁଟ ପର୍ଯ୍ୟନ୍ତ ପାଣି ଜମି ରହୁଛି । ଯାହାଦ୍ବାରା ସ୍ଥାନୀୟ ଜନସାଧାରଣ , ବ୍ୟାଙ୍କସେବା ନିମନ୍ତେ ଦୂରଦୂରାନ୍ତର ଆସୁଥିବା ଗ୍ରାହକ ଏବଂ କମ୍ପ୍ୟୁଟର ଶିକ୍ଷା ନିମନ୍ତେ ଆସୁଥିବା  ଛାତ୍ରୀ ଛାତ୍ର ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଥିସହ ରାସ୍ତାରେ ଦୀର୍ଘ ଦିନଧରି ପାଣି ଜମି ଦୁର୍ଗନ୍ଧ ମୟ ପରିବେଶ ସୃଷ୍ଟି ହେବା ଦ୍ବାରା ସ୍ଥାନୀୟ ବାସିନ୍ଦା ନିଜକୁ ଅସ୍ୱାସ୍ଥ୍ୟକର ମନେ କରୁଛନ୍ତି ।ଲୋକଙ୍କ  କୂଅ , ନଳକୂପର ଜଳ ଦୂଷିତ ହୋଇ ବ୍ୟବହାର ଯୋଗ୍ୟ ହୋଇପାରୁନଥିବା ଜଣାପଡ଼ିଛି।  ବସଷ୍ଟାଣ୍ଡ ଇଲାକାର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା  ଓ ଦୋକାନ କରି ବ୍ୟବସାୟ କରୁଥିବା ବ୍ୟବସାୟୀମାନେ ଦୀର୍ଘ  ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହୁଛନ୍ତି। ଡ୍ରେନେଜ୍ ବ୍ୟବସ୍ଥା ନଥିବାରୁ ସାମାନ୍ୟ ବର୍ଷା ହେଲେ ବର୍ଷାଜଳ ଓ ରାସ୍ତାକଡ ନର୍ଦ୍ଦମା ପାଣି ଘର ଓ ଦୋକାନ ମାନଙ୍କରେ ପଶୁଛି। ସୋମବାର ଅପରାହ୍ନରେ ପ୍ରବଳ ବର୍ଷା ହେବାରୁ ଦୋକାନ ଓ ଘର ଗୁଡ଼ିକ ସମ୍ମୁଖରେ ପ୍ରାୟ ୩ ଫୁଟ ଉଚ୍ଚରେ ବର୍ଷାଜଳ ଓ ନର୍ଦ୍ଦମା ପାଣି ଜମି ରହିଥିଲା।

୧୭ ନଂ ରାଜ୍ୟ ରାଜପଥ   ମୁଖ୍ୟରାସ୍ତାର ଉଭୟ କଡ଼ରେ ଜମି ରହୁଥିବା ବର୍ଷାପାଣି, ନାଳ ନର୍ଦ୍ଦମାର ଦୂଷିତ ଜଳର ସ୍ଥାୟୀ ନିଷ୍କାସନ ଦାବିରେ ମଙ୍ଗଳବାର ପୂର୍ବାହ୍ନ ପୂର୍ବାହ୍ନ ପ୍ରାୟ ୮ ଟାରୁ ମଧ୍ୟାହ୍ନ ୧୨ ଟା ଯାଏଁ ଏନଏସି କାଉନସିଲର ଦୀପକ ମିଶ୍ର, ନୀଳମାଧବ ଗୌଡ଼, ସୁଶାନ୍ତ ପାତ୍ରଙ୍କ ସମେତ ଶଙ୍କର ମହାରଣା, ବୈକୁଣ୍ଠ ନାଥ ସ୍ବାଇଁ, ସୁଧାକର ସାହୁ, ଗୋପାଳ ଗୌଡ, ପ୍ରଭାକର ସାହୁ, ଇ. ସିମାଦ୍ରୀ, ୟୁ. ଗୌରାଙ୍ଗ, ଏମ.ପଞ୍ଚାନନ, ଦୀପ୍ତିକାନ୍ତ ମହାଙ୍କୁଡ଼, ସନ୍ତୋଷ ଗୌଡ଼ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦା ୪ ଘଣ୍ଟା ରାସ୍ତାରୋକୋ କରିଥିଲେ । ରାସ୍ତାର ଉଭୟ କଡ଼ରେ ଗାଡ଼ି ମୋଟର ଅଟକି ରହିଥିଲା। ଏନେଇ ପୂର୍ବରୁ ସ୍ଥାନୀୟ ବାସିନ୍ଦା  ପୂର୍ତ୍ତ ବିଭାଗ କାର୍ଯ୍ୟାଳୟକୁ ଯାଇ ବିଭାଗୀୟ ଅଧିକାରୀଙ୍କୁ ସାକ୍ଷାତ କରି ଏହାର ସମାଧାନ ଉପରେ ଦୃଷ୍ଟି ଦେବାକୁ ଅନୁରୋଧ କରିବା ସହ ତହସିଲଦାର ସନ୍ତୋଷ କୁମାର ସାହୁ ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।

ଗତ ମେ ୭ ତାରିଖରେ ସ୍ଥାନୀୟ ତହସିଲଦାର ସନ୍ତୋଷ କୁମାର ସାହୁ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ମନୋଜ ମହାରଣା, ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କାଉନସିଲର ଦୀପକ ମିଶ୍ର ଘଟଣାସ୍ଥଳରେ ପହଞ୍ଚି ପ୍ରଭାବିତ ବାସିନ୍ଦାଙ୍କ ସହ ସବିଶେଷ ଆଲୋଚନା କରିବା ସହ ସ୍ଥିତିର ସ୍ଥାୟୀ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ।ପ୍ରତିଶ୍ରୁତିର ଏକ ମାସ ବିତିଯିବାପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନଥିବା କାରଣରୁ ସ୍ଥାନୀୟ ବାସିନ୍ଦା ରାସ୍ତାରୋକ କରିଥିବା ୧୦ ନଂ ୱାର୍ଡ  କାଉନସିଲର ଦୀପକ ମିଶ୍ର କହିଛନ୍ତି।

ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ , ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ସହ ଆଲୋଚନା କରିଥିଲେ। ସନ୍ଧ୍ୟା ସୁଦ୍ଧା ପ୍ରଶାସନ ପକ୍ଷରୁ  ଦୂଷିତ ଜଳ ନିଷ୍କାସନ କରାଯିବ ଏବଂ ପରେ ସ୍ଥାୟୀ ପଦକ୍ଷେପ ସ୍ୱରୂପ ବିଶେଷଜ୍ଞ ଟିମ୍ ଜରିଆରେ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରାଯାଇ ସମସ୍ୟାର ସ୍ଥାୟୀ ସମାଧାନ କରାଯିବାର ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକ ପ୍ରତ୍ୟାହୃତ କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?