ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ ବଢ଼େଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ସିପିଆଇ ଗଞ୍ଜାମ ଜିଲା କମିଟି ସଦସ୍ୟ କମ୍ରେଡ. ଅଳକ ନାଥ ମିଶ୍ର ଅତିଥିଭାବେ ଯୋଗଦେଇ ରାଜ୍ୟ ଓ ଜାତୀୟ ସ୍ତରରେ ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ । ଦରଦାମ ବୃଦ୍ଧି ରୋକିବାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଫଳତାକୁ ସେ ତୀବ୍ର ସମାଲୋଚନା କରିଥିଲେ । ସରକାରୀ ଧାନମଣ୍ଡିମାନଙ୍କରେ କଟନି ଛଟନି ନାଁରେ ଚାଷୀଙ୍କୁ ଶୋଷଣ କରାଯାଉଛି ବୋଲି ସେ ଉଲ୍ଲେଖ କରିଥିଲେ । ଗ୍ରାମର ପୋଖରୀ ପୁନଃରୁଦ୍ଧାର କରାଯିବା ସହ ଗ୍ରାମକୁ କଂକ୍ରିଟ ରାସ୍ତା ନିର୍ମାଣ କରିବା ନେଇ ଦାବି କରିଥିଲେ ।

ତାଳପଡ଼ା, ପୋଡ଼ାବାଡ଼ି, ଧେରେଣ୍ଡି, ନୂଆଗୁମା, ପୁରୁଣାଗୁମା ଗ୍ରାମକୁ ଲକ୍ଷ୍ମୀ ବସ ଚଳାଚଳ କରିବା। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ପ୍ରଦାନ କରିବା ସହ ଚାଉଳ ଯୋଗାଇଦେବା। ବୃଦ୍ଧା ବୃଦ୍ଧ ଓ ଦିବ୍ୟାଙ୍ଗଙ୍କୁ ଭତ୍ତା ପ୍ରଦାନ କରାଯିବ। ଭୂମିହୀନଙ୍କୁ ଜମି ଓ ଗୃହହୀନଙ୍କୁ ଆବାସ ଯୋଜନାରେ ସାମିଲ କରାଯିବା। ଦଖଲ ଜଙ୍ଗଲ ଜମିର ସମ୍ପୃକ୍ତ ପରିବାରଙ୍କୁ ପଟ୍ଟା ଯୋଗାଇଦେବା। ପୋଡ଼ାବାଡ଼ି ଗାଁ ଠାରୁ ପନାଡ ଗାଁକୁ କଂକ୍ରିଟ ରାସ୍ତା ନିର୍ମାଣ କରାଯିବା।

ଗ୍ରାମସଭା କରାଯାଇ ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ସରକାରୀ ଅନୁଦାନ ଯୋଗାଇଦେବା ପ୍ରଭୃତି ଦାବି ନେଇ ସମ୍ମିଳନୀରେ ସବିଶେଷ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ କରାଯାଇଥିଲା। ସମସ୍ତ ଜନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପାର୍ଟି ପକ୍ଷରୁ ଗଣ ଆନ୍ଦୋଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏହି ସମ୍ମିଳନୀରେ ସିପିଆଇ ଶାଖା ସମ୍ପାଦକ କମ୍ରେଡ. ସୋମନାଥ ଦଳାଇ, ସହ – ସମ୍ପାଦକ କମ୍ରେଡ. ରାଜେଶ କୁମାର ଦଳାଇ, ସକ୍ରିୟ ସଭ୍ୟ ଲକ୍ଷ୍ମୀ ଦଳାଇ, ଶଙ୍କର ସେଠୀ, ପ୍ରଦୀପ କୁମାର ଦଳାଇ, ଦୁର୍ଯୋଧନ ପ୍ରଧାନ, ଯୁବରାଜ ପ୍ରଧାନ, ହରିଶ୍ଚନ୍ଦ୍ର ଦଳାଇ, ରାମକୃଷ୍ଣ ଦଳାଇ, ତପସ୍ଵିନୀ ନାୟକ ପ୍ରମୁଖ ବହୁ ସଂଖ୍ୟକ ପାର୍ଟି ସଦସ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

ବିରଳ ଅସ୍ତ୍ରୋପଚାର: ଶିଶୁ ମୁଣ୍ଡରୁ କଢ଼ାଗଲା କାଠଖଣ୍ଡ, ଶିଶୁଙ୍କୁ ବଞ୍ଚାଇଦେଲେ…

ବ୍ରହ୍ମପୁର/ଦିଗପହଣ୍ଡି, ୮।୫(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ନବରଙ୍ଗପୁର ଜିଲା ଉମରକୋଟ ଗ୍ରାମର ସଞ୍ଜିତ ହରିଜନଙ୍କ ପୁଅ ଓମ (୩) ଗତ ୨୮ ତାରିଖ ଅପରାହ୍ନରେ ଘର…

କାରୁଆନାଙ୍କୁ ହରାଇଲେ ଗୁକେଶ

ଓ୍ବାର୍‌ସ,୮ା୫: ବିଶ୍ୱ ଚାମ୍ପିୟନ ଡି. ଗୁକେଶ ଏଠାରେ ଚାଲିଥିବା ସୁପର ରାପିଡ ଓ ବ୍ଲିଜ୍‌ ଟୁର୍ନାମେଣ୍ଟର ରାପିଡ୍‌ ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଆମେରିକୀୟ ଗ୍ରାଣ୍ଡମାଷ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri