ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା  ଇକୋ ଟୁରିଜିମ ପ୍ରକଳ୍ପକୁ ବୁଲି ଦେଖିଲେ ଜିଲାପାଳ । ଏହାସହ କ୍ଷେତ୍ରସ୍ତରୀୟ ସମୀକ୍ଷା ମଧ୍ୟ କଲେ ଭି.କୀର୍ତ୍ତି ଭାସନ। ପ୍ରକଳ୍ପର ଅଧିକା ବିକାଶ କରାଯିବ । ତେଣୁ ବିଭିନ୍ନ ନିର୍ମାଣ କାର୍ଯ୍ୟରେ ଗୁଣବତ୍ତା ଓ ସମୟୋଚିତ କାର୍ଯ୍ୟାନ୍ଵୟନ ସମ୍ପର୍କରେ ଯତ୍ନବାନ ହେବାକୁ ସେ ଉପସ୍ଥିତ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।  ବ୍ରହ୍ମପୁର ବନଖଣ୍ଡ ଅଧିନରେ ଏହା ପ୍ରଥମ ଇକୋ ଟୁରିଜିମ ପ୍ରକଳ୍ପ ହୋଇଥିବା ବେଳେ ଏହା ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ଗବେଷଣାରେ ସହାୟକ ହେବ ବୋଲି ସେ କହିଥିଲେ।

ସେହିପରି ଏହି ଜଳ ଭଣ୍ଡାର କୁମ୍ଭୀରମାନଙ୍କ ପାଇଁ ସଂରକ୍ଷିତ ରହିଥିବା ବେଳେ ପ୍ରତି ବର୍ଷ ଶୀତ ଋତୁରେ ଏଠାକୁ ବହୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଥାଏ । ଯାହା ଏହି ଜଳ ଭଣ୍ଡାରର ଶୋଭାକୁ ବୃଦ୍ଧି କରିଥାଏ । ତେଣୁ ପର୍ଯ୍ୟଟକଙ୍କ ବୁଲିବା ପାଇଁ ଏହା ଏକ ଉତ୍କୃଷ୍ଟ କ୍ଷେତ୍ର ପାଲଟିବ ବୋଲି ଜିଲାପାଳ ସୂଚନା ଦେଇଥିଲେ ।୪୫ ଲକ୍ଷ ୬୦ ହଜାର ଟଙ୍କା ବ୍ୟୟରେ କରାଯାଇଥିବା ୱାଚ୍ ଟାୱାରରେ ୪ ଟି ସୁଟ ରହିଥିବା ବେଳେ ଏହାର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗକୁ ପ୍ରଦାନ କରାଯାଇଥିବା ଜଣାପଡ଼ିଛି । ସେହିପରି ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ସାତଧାଙ୍ଗୁଡ଼ି ପର୍ବତରେ ବ୍ଲକ ପ୍ରଶାସନ ପକ୍ଷରୁ ନିର୍ମାଣ ଚାଲିଥିବା ପର୍ଯ୍ୟଟନ ବିଭବ, ଅତ୍ୟାଧୁନିକ ପାର୍କର ଉନ୍ନୟନ କାର୍ଯ୍ୟ ଏବଂ ତପ୍ତପାଣିରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚାଲିଥିବା ଉନ୍ନୟନ କାର୍ଯ୍ୟ ବୁଲି ଦେଖିଥିଲେ ।

ଜିଲାପାଳଙ୍କ ସହ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ  ସମୀର କୁମାର ଜେନା, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ସହକାରୀ ନିର୍ବାହୀଯନ୍ତ୍ରୀ ଇଂ.ଗଙ୍ଗାଧର ଦାସ, ସହକାରୀଯନ୍ତ୍ରୀ ଇଂ.କ୍ଷୀରୋଦ ବେହେରା, ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ସମେତ ଜିଲାର ପଦସ୍ଥ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?