ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ ମହୋତ୍ସବ ସମିତି ପକ୍ଷରୁ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଘୋଡ଼ାହାଡ଼ ପାଣିପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖରୁ ବାହାରିଥିବା ଶୋଭାଯାତ୍ରା ସହର ପରିକ୍ରମା କରି ବଜାର ଗାନ୍ଧୀ ଛକ ସଭାସ୍ଥଳରେ ପହଞ୍ଚିଥିଲା। ସଭାରେ ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦର କାର୍ଯ୍ୟକର୍ତ୍ତା ରମାକାନ୍ତ ରଥ,ଅରୁଣ କୁମାର ପାଢ଼ୀ, ସ୍ବାମୀ ଶର୍ମିଷ୍ଠା ନନ୍ଦ ସରସତୀ,ମହନ୍ତ ଚିନ୍ମୟାନନ୍ଦ ଦାସ,ଯୋଗୀ ଦେବଦତ୍ତ ମେକାପ,ମହନ୍ତ କୃଷ୍ଣ ଚନ୍ଦ୍ର ଶାସ୍ତ୍ରୀ ପ୍ରମୁଖ ଯୋଗଦେଇ ଶ୍ରୀରାମ ନବମୀ ମହୋତ୍ସବ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଉଦ୍‌ବୋଧନ ଦେବାସହ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀ ରାମଚନ୍ଦ୍ରଙ୍କ ଜୀବନୀ ସମ୍ପର୍କରେ ସମ୍ବୋଧିତ କରିଥିଲେ। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର କାର୍ଯ୍ୟକର୍ତ୍ତା ପ୍ରହଲ୍ଲାଦ ଡାକୁଆ,ଆୟୁଷ କୁମାର ରଥ,ଧର୍ମେନ୍ଦ୍ର ଦୋରା, ହରି ଦାସ, ଭଗବତୀ ପ୍ରସାଦ ମିଶ୍ର, ପ୍ରକାଶ କୁମାର ପ୍ରଧାନ,ନାରାୟଣ ସାବତ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri