ଦିଗପହଣ୍ଡି ମୁଖ୍ୟରାସ୍ତା ଶୋଚନୀୟ: ଉଠି ଗଲାଣି ପିଚୁ,କର୍ତ୍ତୃପକ୍ଷଙ୍କ ନିଘା ନାହିଁ

ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଲାଇଫ ଲାଇନ୍‌ ଭାବେ ପରିଚିତ ବ୍ରହ୍ମପୁର-ଦିଗପହଣ୍ଡି ୧୭ ନଂ. ରାଜ୍ୟ ରାଜପଥର ଅନେକ ସ୍ଥାନରେ ପିଚୁ ଗୋଡ଼ି ଉଠି ଗଲାଣି। ବିଶେଷକରି ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ଠାରୁ ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା ଅବସ୍ଥା ଖରାପ ହୋଇଯାଇଛି। ରାସ୍ତାର ଦୁଇ କଡ଼ରେ ଡ୍ରିପ୍‌ଡ୍ରେନ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ପାଣି ଜମୁଛି। ବ୍ରହ୍ମପୁରରୁ ଭାୟା ଦିଗପହଣ୍ଡି ଦେଇ ପ୍ରତିଦିନ ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ମାଲକାନାଗିରି ସମେତ ପଡୋଶୀ ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ମଧ୍ୟପ୍ରଦେଶ, ଛତିଶଗଡ଼ ପ୍ରଭୃତି ରାଜ୍ୟକୁ ପ୍ରତ୍ୟେହ ଶହଶହ ସଂଖ୍ୟାରେ ଗାଡ଼ି ଚଳାଚଳ କରୁଛି। ପୂର୍ତ୍ତ ବିଭାଗ ଅଧିନରେ ଥିବା ଏହି ରାସ୍ତା ଦୀର୍ଘବର୍ଷ ପୂର୍ବେ ପୁନଃ ନିର୍ମାଣ ହୋଇଥିଲା। ପ୍ରତିଦିନ ଏହି ରାସ୍ତା ଦେଇ ସ୍କୁଲ କଲେଜ ଛାତ୍ରୀଛାତ୍ର, ବ୍ୟବସାୟୀ, ବରିଷ୍ଠ ନାଗରିକ ଯା’ ଆସ କରିଥାନ୍ତି। ଏହି ରାସ୍ତା ମରାମତି କିମ୍ବା ପୁନଃ ନିର୍ମାଣ ନିମନ୍ତେ କର୍ତ୍ତୃପକ୍ଷଙ୍କ ନିଘା ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଏନେଇ ଦିଗପହଣ୍ଡି ପୂର୍ତ୍ତ କାର୍ଯ୍ୟାଳୟ ଦାୟିତ୍ୱରେ ଥିବା ନିର୍ବାହୀ ଯନ୍ତ୍ରୀ ଇଂ.ତାପସ କୁମାର ଦାସଙ୍କୁ ଯୋଗାଯୋଗ କରିବାରେ ଖୁବଶୀଘ୍ର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri