ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା । ଏଥିରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସମ୍ମାନ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମାବେଶ ସ୍ଥଳରେ ବିଧାୟକ  ପହଞ୍ଚିବା ପରେ ଉପସ୍ଥିତ ମହିଳାମାନେ ତାଙ୍କୁ ବନ୍ଦାପନା କରିବା ପରେ ବିରାଟ ଶୋଭାଯାତ୍ରାରେ ସମାବେଶ ସ୍ଥଳକୁ ପାଛୋଟି ନେଇଥିଲେ ।

ସମାବେଶରେ ଜିଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ଏମ୍. ନିରଞ୍ଜନ ରେଡ୍ଡୀ, ଭୀଷ୍ମଗିରି ଭାଜପା ମଣ୍ଡଳ ସଭାପତି ଶଶାଙ୍କ ଶେଖର କର, ସୁଦାମ ବେହେରା, ବିକ୍ରମ ପାତ୍ର , ବାବୁଲା ମଳିକ, ରାମଚନ୍ଦ୍ର ପାତ୍ରଙ୍କ ସମେତ କୁଇ ସମାଜର ସଭାପତି ଅର୍ଜୁନ ମଳିକ ଓ କାର୍ଯ୍ୟକର୍ତ୍ତା ବୃନ୍ଦ ଉପସ୍ଥିତ ଥିଲେ । ବିଭିନ୍ନ କ୍ଷେତ୍ରରେ ଅନେକ ସମସ୍ୟାର ସମ୍ମୁଖୀନ ହେଉଥିବା ମହିଳାମାନଙ୍କ ବିକାଶ କ୍ଷେତ୍ରରେ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ବିଧାୟକ ଉଦବୋଧନ ଦେଇଥିଲେ। ଏଥିସହ ଜନଜାତି କୁଇ ସମାଜ ଗୃହର ମରାମତି ଓ ପୁନଃ ନିର୍ମାଣ କରାଯିବା ସହ ଗ୍ରାମରେ ରହିଥିବା ବିବିଧ ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ବିଧାୟକ ପ୍ରତିଶ୍ରୁତି ଦେଇଥିଲେ।

ସଭା ଶେଷରେ  ବହୁ ସଂଖ୍ୟକ ମେଧାବୀ ଛାତ୍ରୀଛାତ୍ର ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗଣ୍ୟମାନ୍ୟ ବ୍ୟକ୍ତିମାନଙ୍କୁ କୁଇ ସମାଜ ପକ୍ଷରୁ ବିଧାୟକ ସମ୍ବର୍ଦ୍ଧିତ କରିଥିଲେ । ପରେ ବିଧାୟକ ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ଠାରେ  ଚାଲିଥିବା ଶ୍ରୀ ନିଳକଣ୍ଠେଶ୍ବର ମହାଦେବଙ୍କ ଜିର୍ଣ୍ଣୋଦ୍ଧାର ଏବଂ ନବନିର୍ମିତ ଶ୍ରୀ ହନୁମାନ ଓ ଶ୍ରୀ ବିଘ୍ନେଶ୍ୱର ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ପୂଜାର୍ଚ୍ଚନା କରିବା ସହ ଅଞ୍ଚଳବାସୀଙ୍କ ମଙ୍ଗଳ କାମନା କରି ଫେରିଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?