ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ କ୍ଲବ ସିଲ୍କ ସିଟି ବ୍ରହ୍ମପୁର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।  ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଅବସରପ୍ରାପ୍ତ ଅଧ୍ୟାପକ କ୍ରୀଷ୍ଣା ହୋତା, ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ଉପ ନିର୍ଦ୍ଦେଶକ ଡ଼ . ସିଦ୍ଧାର୍ଥ ଶଙ୍କର ପାଢ଼ୀ, ରୋଟାରୀ କ୍ଳବ୍ ସଭାପତି ଲକ୍ଷ୍ମୀ ନାରାୟଣ ପତି, କାଉନସିଲର ଜ୍ୟୋତ୍ସ୍ନା ଜେନା, ପ୍ରଧାନ ଶିକ୍ଷୟତ୍ରୀ ଭାଗ୍ୟଲକ୍ଷ୍ମୀ ପାଣିଗ୍ରାହୀ, ସିଆରସିସି ଅନୀଲ କୁମାର ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ବର୍ତ୍ତମାନର ଶିଶୁ ଦେଶର ଭବିଷ୍ୟତ ତେଣୁ ସେମାନଙ୍କୁ ସଶକ୍ତ କରାଇବା ପାଇଁ ପ୍ରଥମେ ମୋବାଇଲ ଠାରୁ ସେମାନଙ୍କୁ ଦୂରେଇ ରଖିବା ସହ ସେମାନଙ୍କୁ ଘରେ ଆବଦ୍ଧ ନ ରଖି ଖେଳପଡିଆକୁ ସାଙ୍ଗରେ ନେଇ ଖେଳିବାକୁ ଛାଡ଼ିବା ଉଚିତ। ଯାହାଫଳରେ ଶିଶୁମାନେ ମାନସିକ ଚାପରୁ ମୁକ୍ତି ପାଇପାରିବେ ଏବଂ ସେମାନଙ୍କ ଶରୀର ମଧ୍ୟ ସୁସ୍ଥ ରହିବ ବୋଲି ବିଧାୟକ ଉପସ୍ଥିତ  ଅଭିଭାବକ ମାନଙ୍କୁ ପରାମର୍ଶ ଦେଇଥିଲେ। ।

ଏପରିକି ବିଦ୍ୟାଳୟରେ ଶିଶୁର ବୈଷୟିକ ଜ୍ଞାନ କୌଶଳକୁ ବୃଦ୍ଧି ପାଇଁ ଗୁରୁତ୍ବ ଦେବାକୁ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପରାମର୍ଶ ଦେଇଥିଲେ।ସହକାରୀ ଶିକ୍ଷକ ଉପେନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ରୋଟାରୀ କ୍ଳବ୍ କାର୍ଯ୍ୟକର୍ତ୍ତା ଡ . ତ୍ରିଲୋଚନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।  ରୋଟାରୀ ସିଲ୍କ ସିଟି କ୍ଳବ୍ ପକ୍ଷରୁ ଛାତ୍ରୀଛାତ୍ର ମାନଙ୍କୁ ପାଠ୍ୟ ଉପକରଣ, ଖେଳ ଉପକରଣ, ସ୍କୁଲ ବ୍ୟାଗ୍ ପ୍ରଦାନ କରାଯିବା ସହ ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା  ଛାତ୍ରୀଛାତ୍ରମାନଙ୍କୁ  ପୁରସ୍କୃତ କରାଯାଇଥିଲା ।

ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୈାରଚନ୍ଦ୍ର ପଟ୍ଟନାୟକଙ୍କ ସମେତ ପରିଚାଳନା କମିଟି କର୍ମକର୍ତ୍ତା, ଶିକ୍ଷୟତ୍ରୀ ଶିକ୍ଷକ ଏବଂ ରୋଟାରୀ କ୍ଳବର ସମସ୍ତ ସଦସ୍ୟ  ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ । ଶେଷରେ ଛାତ୍ରୀଛାତ୍ରମାନଙ୍କ ପକ୍ଷରୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?