ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ ପଦକ୍ଷେପ ନିଆଯାଇଛି। ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରତ୍ୟକ୍ଷ ଉଦ୍ୟମରେ ମଙ୍ଗଳବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟରେ ଥିବା କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ ଏକ ମେଗା ରକ୍ତଦାନ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।

ବିଧାୟକଙ୍କ ଉପସ୍ଥିତିରେ ଆୟୋଜିତ ଏହି ଶିବିରକୁ ଦିଗପହଣ୍ଡି ଅଞ୍ଚଳର ସର୍ବାଧିକ ରକ୍ତଦାନ କରିଥିବା ଜଣାଶୁଣା ସାମାଜିକ କର୍ମୀ ପ୍ରଶାନ୍ତ ପୂଜାରୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ଅବସରରେ ଏକ ପ୍ରେରଣାଦାୟୀ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯେଉଁଠାରେ ଦିଗପହଣ୍ଡି ବ୍ଲକ ଫାସିଗୁଡା ପଞ୍ଚାୟତ ତୁଣ୍ଡୁରା ଗ୍ରାମର ଶାରୀରିକ ଅକ୍ଷମ (ଦିବ୍ୟାଙ୍ଗ) ରବିନ୍ଦ୍ର ପ୍ରଧାନ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶିବିରର ଶୁଭାରମ୍ଭ କରିଥିଲେ। ଚାଲିବାକୁ ଅସମର୍ଥ ଥିବା ରବିନ୍ଦ୍ର ପ୍ରଥମ ଥର ପାଇଁ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରି ଅନ୍ୟମାନଙ୍କ ପାଇଁ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି।

ଶିବିରରେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ନିଜେ ଉପସ୍ଥିତ ରହି ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ ରକ୍ତଦାନ ଦ୍ୱାରା କିଭଳି ଅମୂଲ୍ୟ ଜୀବନ ବଞ୍ଚାଯାଇପାରିବ, ସେ ବିଷୟରେ ବୁଝାଇଥିଲେ। ଶିବିରରେ ୪୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ବ୍ରହ୍ମପୁର ରକ୍ତଭଣ୍ଡାରର ଡାକ୍ତର ପୁନମ ବେହେରାଙ୍କ ନେତୃତ୍ୱରେ କର୍ମଚାରୀମାନେ ରକ୍ତ ସଂଗ୍ରହ କାର୍ଯ୍ୟର ସୁପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମକୁ ବିଧାୟକଙ୍କ ବ୍ୟକ୍ତିଗତ ସହାୟକ ନଳିନୀକାନ୍ତ ବିଷୋୟୀଙ୍କ ସମେତ ଶିବାନନ୍ଦ ଦାସ, ପରମାନନ୍ଦ ଦଳାଇ, ଦେବପ୍ରସାଦ ଗୌଡ଼, ବାପି ପ୍ରଧାନ, ଆଲୁ ହରି, ଟୁକୁନା ସାହୁ ଏବଂ ଏମ୍. ନାଗେଶ୍ଵର ରାଓ ପ୍ରମୁଖ ପରିଚାଳନା କରିବାରେ ସହଯୋଗ କରିଥିଲେ।

ଏହାସହିତ ଭାଜପା ନେତା କେ. ନରସିଂହ ପାତ୍ର, ଜିଲ୍ଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ଏମ୍. ନିରଞ୍ଜନ ରେଡ୍ଡୀ, ସରପଞ୍ଚ ରଞ୍ଜନ କୁମାର ସାହୁ, ସରପଞ୍ଚ ପ୍ରତିନିଧି ପ୍ରଶାନ୍ତ କୁମାର ପ୍ରଧାନ, ସନ୍ତୋଷ କୁମାର ଦୋରା, ବିଜେପି ମଣ୍ଡଳ ସଭାପତି ମିଟୁ ଦୋରା ଏବଂ ଅରୁଣ ଗୌଡ଼ଙ୍କ ସମେତ ବହୁ ଦଳୀୟ କର୍ମୀ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ରହି ଶିବିରକୁ ସଫଳ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?