ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟ ସିବିଏସ୍‌ସି ପରୀକ୍ଷାଫଳ: ରାଧାରାଣୀ ୧୦ମ, ଶ୍ରଦ୍ଧାଞ୍ଜଳି ଦ୍ବାଦଶ ଟପ୍ପର

ଦିଗପହଣ୍ଡି,୧୪।୫ (ଅଶେଷ ନାଥ ମିଶ୍ର): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୧୦ମ ଏବଂ ଦ୍ୱାଦଶ ସିବିଏସସି ପରୀକ୍ଷା ଫଳ ପ୍ରକାଶ ପାଇଛି। ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୭୫ ଜଣ ଛାତ୍ରୀଛାତ୍ର ୧୦ମ ଶ୍ରେଣୀ ଏବଂ ୫୪ ଜଣ ଛାତ୍ରୀଛାତ୍ର ଦ୍ୱାଦଶ ଶ୍ରେଣୀରେ ପରୀକ୍ଷା ଦେଇଥିଲେ।୧୦ମ ଶ୍ରେଣୀର ପରୀକ୍ଷା ଫଳ ଶତ ପ୍ରତିଶତ ହୋଇଥିବା ବେଳେ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ୯୪.୪୪ ପ୍ରତିଶତ ହୋଇଅଛି। ତନ୍ମଧ୍ୟରୁ ଦ୍ୱାଦଶ ଶ୍ରେଣୀର ଛାତ୍ରୀ ଏସ୍‌. ଶ୍ରଦ୍ଧାଞ୍ଜଳି ସର୍ବାଧିକ ୮୭. ୪ ପ୍ରତିଶତ ମାର୍କ ରଖି ବିଦ୍ୟାଳୟରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ବେଳେ ୧୦ମ ଶ୍ରେଣୀର ଛାତ୍ରୀ ରାଧାରାଣୀ ପାତ୍ର ୯୭.୪ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟର ଶ୍ରେଷ୍ଠ ସ୍ଥାନ ଅଧିକାର କରିଛନ୍ତି। ୧୦ ମ ଶ୍ରେଣୀର ୪ ଜଣ ଛାତ୍ରୀ ’ଓଡ଼ିଆ ସାହିତ୍ୟ’ ବିଷୟରେ ୧୦୦ରୁ ୧୦୦ ନମ୍ବର ରଖିଥିବା ବେଳେ ୭ ଜଣ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଅଧିକ ମାର୍କ ରଖି ଅନ୍ୟ ମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ବିଦ୍ୟାଳୟର ଅଧ୍ୟକ୍ଷ ଚିନ୍ତାମଣି ପଲାଇ ସମସ୍ତ ଛାତ୍ରୀଛାତ୍ରମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri