ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି। ପ୍ରଫୁଲ୍ଲ ପୂର୍ବରୁ ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ଭାବେ କାର୍ଯ୍ୟ କରି ଆସୁଥିବା ବେଳେ ସାଙ୍ଗଠନିକ ଦକ୍ଷତା ଆଧାରରେ ତାଙ୍କୁ ପ୍ରଦେଶ କଂଗ୍ରେସ କମିଟି ର ସାଧାରଣ ସମ୍ପାଦକ ଭାବେ ଚୟନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ପକ୍ଷରୁ ଏ ନେଇ ତାଙ୍କ ନାଁକୁ ସୁପାରିଶ କରାଯାଇଥିବା ବେଳେ ନୂଆଦିଲ୍ଲୀ ସ୍ଥିତ ଏଆଇସିସି ର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଏହାକୁ ଅନୁମୋଦନ କରିଥିବା ଜଣାପଡିଛି।

ପିସିସି ପକ୍ଷରୁ ଏନେଇ   ଘୋଷଣା କରାଯିବା ପରେ ଦିଗପହଣ୍ଡି ନଗର କଂଗ୍ରେସ ଏବଂ ବ୍ଲକ କଂଗ୍ରେସରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଛି। ପ୍ରଦେଶ ସ୍ତରରେ ଦଳର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିବାକୁ ସୁଯୋଗ ଦିଆ ଯାଇଥିବାରୁ ପ୍ରଫୁଲ୍ଲ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ, ବିଧାୟକ ତାରା ପ୍ରସାଦ ବାହିନୀପତି  ଏବଂ ଜିଲା କଂଗ୍ରେସ କମିଟି ସଭାପତି(ପୂର୍ବ) ରଶ୍ମି ରଞ୍ଜନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ନବନିଯୁକ୍ତ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ ପ୍ରଫୁଲ୍ଲଙ୍କୁ ଦିଗପହଣ୍ଡି ନଗର କଂଗ୍ରେସ କମିଟି ସଭାପତି ଦୀପକ କୁମାର ମିଶ୍ର, ଦିଗପହଣ୍ଡି ବ୍ଲକ କଂଗ୍ରେସ କମିଟି ସଭାପତି ଶଙ୍କର ନାରାୟଣ ସୁବୁଦ୍ଧି, ପୂର୍ବତନ ସରପଞ୍ଚ ପିତାମ୍ବର ଗୌଡ, ଶିବରାମ ପ୍ରଧାନ, ରସାନନ୍ଦ ରାଉତ, ଏ.କେଶବ ରାଓ, କାଉନସିଲର ସୁନିଲ କୁମାର ପଣ୍ଡା, କଂଗ୍ରେସ କାର୍ଯ୍ୟକର୍ତ୍ତା ବାଲ୍ମୀକି ବେହେରା,  ରଞ୍ଜିତ ବେହେରା, ଇ.ଶଙ୍କର, ଏମ୍. ବାଇନାଥ, ଡମ୍ବରୁଧର ବେହେରା , ଗୌରାଙ୍ଗ ପୂଜାରୀ,  ଶିବପ୍ରସାଦ ସାହୁଙ୍କ ସମେତ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri