ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି। ପ୍ରଫୁଲ୍ଲ ପୂର୍ବରୁ ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ଭାବେ କାର୍ଯ୍ୟ କରି ଆସୁଥିବା ବେଳେ ସାଙ୍ଗଠନିକ ଦକ୍ଷତା ଆଧାରରେ ତାଙ୍କୁ ପ୍ରଦେଶ କଂଗ୍ରେସ କମିଟି ର ସାଧାରଣ ସମ୍ପାଦକ ଭାବେ ଚୟନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ପକ୍ଷରୁ ଏ ନେଇ ତାଙ୍କ ନାଁକୁ ସୁପାରିଶ କରାଯାଇଥିବା ବେଳେ ନୂଆଦିଲ୍ଲୀ ସ୍ଥିତ ଏଆଇସିସି ର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଏହାକୁ ଅନୁମୋଦନ କରିଥିବା ଜଣାପଡିଛି।

ପିସିସି ପକ୍ଷରୁ ଏନେଇ   ଘୋଷଣା କରାଯିବା ପରେ ଦିଗପହଣ୍ଡି ନଗର କଂଗ୍ରେସ ଏବଂ ବ୍ଲକ କଂଗ୍ରେସରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଛି। ପ୍ରଦେଶ ସ୍ତରରେ ଦଳର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିବାକୁ ସୁଯୋଗ ଦିଆ ଯାଇଥିବାରୁ ପ୍ରଫୁଲ୍ଲ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ, ବିଧାୟକ ତାରା ପ୍ରସାଦ ବାହିନୀପତି  ଏବଂ ଜିଲା କଂଗ୍ରେସ କମିଟି ସଭାପତି(ପୂର୍ବ) ରଶ୍ମି ରଞ୍ଜନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ନବନିଯୁକ୍ତ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ ପ୍ରଫୁଲ୍ଲଙ୍କୁ ଦିଗପହଣ୍ଡି ନଗର କଂଗ୍ରେସ କମିଟି ସଭାପତି ଦୀପକ କୁମାର ମିଶ୍ର, ଦିଗପହଣ୍ଡି ବ୍ଲକ କଂଗ୍ରେସ କମିଟି ସଭାପତି ଶଙ୍କର ନାରାୟଣ ସୁବୁଦ୍ଧି, ପୂର୍ବତନ ସରପଞ୍ଚ ପିତାମ୍ବର ଗୌଡ, ଶିବରାମ ପ୍ରଧାନ, ରସାନନ୍ଦ ରାଉତ, ଏ.କେଶବ ରାଓ, କାଉନସିଲର ସୁନିଲ କୁମାର ପଣ୍ଡା, କଂଗ୍ରେସ କାର୍ଯ୍ୟକର୍ତ୍ତା ବାଲ୍ମୀକି ବେହେରା,  ରଞ୍ଜିତ ବେହେରା, ଇ.ଶଙ୍କର, ଏମ୍. ବାଇନାଥ, ଡମ୍ବରୁଧର ବେହେରା , ଗୌରାଙ୍ଗ ପୂଜାରୀ,  ଶିବପ୍ରସାଦ ସାହୁଙ୍କ ସମେତ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ପୁଇଁତୋଳା ସାନ ସାହିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ, ୯ ଦିନ ଧରି ଚାଲିବ…

ଗଞ୍ଜାମ,୨୫।୧୦(ବିଦ୍ୟାଧର ସାହୁ ): ପୁଇଁତୋଳା ସାନ ସାହି ଠାରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ରବିବାର ଆରମ୍ଭ ହୋଇଛି । ଶନିବାର ସନ୍ଧ୍ୟାରେ ଏକ ବିରାଟ ଶୋଭାଯାତ୍ରାରେ ବଡ଼…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?