ଦିଗପହଣ୍ଡି ଏନ୍ଏସିର ବାର୍ଷିକ ବଜେଟ ଅଧିବେଶନ: ଖର୍ଚ୍ଚ କରାଯିବ ୧୩ କୋଟି ୩୧ ଲକ୍ଷ 

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହ ପରିସରରେ ନଗରପାଳ ପ୍ରଫୁଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଏନଏସି ର ୧୭ ତମ ବାର୍ଷିକ ବଜେଟ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନରେ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଅଶୋକ କୁମାର କର୍ଣ୍ଣ ସମସ୍ତ କାଉନସିଲର ମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପରେ ପରିଷଦର ବାର୍ଷିକ ବଜେଟ ଉପସ୍ଥାପନ କରିଥିଲେ ।

ଏହି ପରିପ୍ରେକ୍ଷୀରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ପରିଷଦର ବିଭିନ୍ନ ବିଭାଗରୁ ୧୪ କୋଟି ୯୮ ଲକ୍ଷ ୬୮ ହଜାର ଟଙ୍କା ଆଦାୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଥିବା ବେଳେ ଖର୍ଚ୍ଚ ୧୩ କୋଟି ୩୧ ଲକ୍ଷ ୪୦ ହଜାର ଟଙ୍କା ରଖାଯାଇଛି । ଅପରପକ୍ଷରେ ଦିଗପହଣ୍ଡି ଏନ୍ଏସିର ୧୧ ଟି ୱାର୍ଡର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯ ସକାଶେ ୨୫-୨୬ ଆର୍ଥିକ ବର୍ଷରେ ୯ କୋଟି ୬୦ ଲକ୍ଷ ଟଙ୍କାର କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରି ପରିବର୍ଦ୍ଧିତ କାଉନସିଲ ସଭାରେ ମଞ୍ଜୁର କରାଯାଇଥିଲା ।

ସେହିପରି ଅଧିବେଶନରେ ବିଭିନ୍ନ ୱାର୍ଡରେ ସରକାରୀ ଜମିକୁ ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏନଏସି ଅଧ୍ୟକ୍ଷ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ  କରିଥିଲେ।। ପରିଷଦର ମୁଖ୍ୟ କିରାଣୀ ରାଜକିଶୋର ରଥ ଧନ୍ୟବାଦ ଅର୍ପଣ କରିଥିଲେ । କାଉନସିଲର ଦୀପକ କୁମାର ମିଶ୍ର , ସୁଶାନ୍ତ କୁମାର ପାତ୍ର ,  ସୁନୀଲ କୁମାର ପଣ୍ଡା ,  ମାମୁନୀ ବେହେରା ,  ସନ୍ତୋଷିନୀ ବେହେରା ,  କରିସ୍ମା ନାୟକ , ଜ୍ୟୋତ୍ସ୍ନା ଜେନା ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ସଭା କାର୍ଯ୍ୟ ପରିଚାଳନାରେ ସହଯୋଗ  କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri