ଦିଗପହଣ୍ଡି ପଞ୍ଚାୟତ ସମିତି ବୈଠକ ଏମପି ଓ ବିଧାୟକଙ୍କ ଯୋଗଦାନ, ବିକଶିତ ଗାଁ ଓ ବିକଶିତ ଓଡ଼ିଶା ଯୋଜନାକୁ ଗୁରୁତ୍ୱ

ଦିଗପହଣ୍ଡି,୩ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପଞ୍ଚାୟତ ସମିତି ବୈଠକ ସୋମବାର ବ୍ଲକ୍‌ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ପଞ୍ଚବାର୍ଷିକ ଯୋଜନାରେ ଗ୍ରାମାଞ୍ଚଳର ବିକାଶକୁ ସୁଦୃଢ କରିବା ଲକ୍ଷ୍ୟରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଆୟୋଜିତ ସ୍ବତନ୍ତ୍ର ବୈଠକରେ ବ୍ଲକ୍‌ ଅଧ୍ୟକ୍ଷା ଯମୁନା ନାୟକ ଅଧ୍ୟକ୍ଷତା କରିଥିଲେ। ବିଡ଼ିଓ ଡା.ଚିତ୍ତରଞ୍ଜନ ଦାସଙ୍କ ସଂଯୋଜନାରେ ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ ନିର୍ବାଚିତ ପ୍ରତିନିଧି ଏବଂ ବ୍ଲକ୍‌ ପ୍ରଶାସନ ମିଳିତ ଭାବେ କାମକଲେ ଗ୍ରାମାଞ୍ଚଳର ବହୁବିଧ ବିକାଶ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ। ଦିଗପହଣ୍ଡି ବିଧାୟକ ଡ.ସିଦ୍ଧାନ୍ତ ମହାପାତ୍ର, ବ୍ଲକ୍‌ ଉପାଧ୍ୟକ୍ଷା ସୁକାନ୍ତି ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.ରାଜୀବ ପ୍ରଧାନ, ଜିପିଓ ଉମେଶ ସେଠୀ ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସିନ ଥିଲେ। କରପଡା ପଞ୍ଚାୟତ ସରପଞ୍ଚ ଫନୀନ୍ଦ୍ର ଚନ୍ଦ୍ର ଗୋସ୍ବାମୀ ନିର୍ବାଚନର ୩ ବର୍ଷ ବିତିଯାଇଥିଲେ ମଧ୍ୟ ସରପଞ୍ଚଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ପରିଚୟ ପତ୍ର ପ୍ରଦାନ କରାଯାଇନଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ବମକୋଇ ସରପଞ୍ଚ ତପନ ପ୍ରଧାନ ପ୍ରତ୍ୟେକ ପଞ୍ଚାୟତରେ ଯୁଦ୍ଧକାଳୀନ ଭିତ୍ତିରେ ପାନୀୟଜଳ ସମସ୍ୟାର ସମାଧାନ ନିମନ୍ତେ ଦାବି କରିଥିଲେ। ସହଦେବ ଟିକରପଡା ପଞ୍ଚାୟତ ସମିତି ସଭ୍ୟ ଶୈଳ ବେହେରା ପଞ୍ଚାୟତରେ ସମିତି ସଭ୍ୟଙ୍କ କଥାକୁ ଗୁରୁତ୍ୱ ଦିଆଯାଉନାହିଁ ଏବଂ ଏମଜିଏନ୍‌ଆରଜିଏସ୍‌ କାର୍ଯ୍ୟରେ ମହିଳା ଶ୍ରମିକ ମାନଙ୍କୁ କିଛି ବ୍ୟକ୍ତି ଦୁର୍ବ୍ୟବହାର କରୁଥିବା ଉଲ୍ଲେଖ କରିଥିଲେ। ଚଷାନିମଖଣ୍ଡି ସରପଞ୍ଚ ମିନତୀ କୁମାରୀ ଜାନୀ ଚାଷୀଙ୍କ ଜମିକୁ ଜଳସେଚନ ନିମନ୍ତେ ଦୀର୍ଘବର୍ଷ ଧରି ରାମନଦୀରେ ଆନିକଟ ନିର୍ମାଣ କାର୍ଯ୍ୟ ନିର୍ମାଣରେ ବିଳମ୍ବତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ବୈଠକରେ ବ୍ଲକ ଅଧିନ ବିଭିନ୍ନ ବିଭାଗର ଅଧିକାରୀ ବୃନ୍ଦ, ଜିଲା ପରିଷଦ ବିପିନ ଚନ୍ଦ୍ର ପ୍ରଧାନ, ରାଧାକାନ୍ତ ମହାଙ୍କୁଡ, ଏମ୍‌ . ଅନୁସୂୟା ରେଡ୍ଡୀ, ସଂଯୁକ୍ତା କବିଙ୍କ ସମେତ ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟାସଭ୍ୟବୃନ୍ଦ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri