ଦେଶୀମଦ ଭାଟିରେ ପଶି ବଟି ମାଗିବା ଅଭିଯୋଗ: ଖବରଦାତାଙ୍କ ନାମରେ ମାମଲା ରୁଜୁ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରକାରୀ ଲାଇସେନ୍ସ ପ୍ରାପ୍ତ ଦେଶୀମଦ ଭାଟି ଭିତରକୁ ଜବରଦସ୍ତ ପ୍ରବେଶ କରି ଉପସ୍ଥିତ କର୍ମଚାରୀଙ୍କୁ ଭୟଭୀତ କରି ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ଏକ ନିର୍ଦ୍ଦିଷ୍ଟ ବୈଦ୍ୟୁତିକ ଚ୍ୟାନେଲର ଖବରଦାତାଙ୍କ ନାଁରେ ପୋଲିସ ମାମଲା ନଂ.୨୧୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛି। ସେ ହେଲେ ଜିତେନ୍ଦ୍ର ଗୌଡ଼।

ସୂଚନାନୁଯାୟୀ, ମଦଭାଟି କର୍ମଚାରୀ ଜି. ଶ୍ୟାମବାବୁ ରେଡ୍ଡୀ ସୋମବାର ମଧ୍ୟାହ୍ନରେ ନିମପଲ୍ଲି ଗ୍ରାମ ନିକଟ ମଦଭାଟିରେ କାମ କରୁଥିବା ବେଳେ ଜିତେନ୍ଦ୍ର ତାଙ୍କ ଅନ୍ୟଜଣେ ସହଯୋଗୀଙ୍କ ସହ ସେଠାକୁ ଯାଇ ନିଜକୁ ଖବରଦାତାର ପରିଚୟ ଦେଇ ମାସିକ ବଟି ଦେବାକୁ କହିଲେ। ସେ ତାଙ୍କୁ ଚିହ୍ନି ନ ଥିବା ସହ ବଦନାମ କରିଦେବା କହି ଆପତ୍ତି ଜନକ ଭାଷାରେ ଗାଳି ଗୁଲଜ କରିଥଲେ। ପ୍ରତିବାଦ କରିବାରୁ ତାଙ୍କୁ ଆକ୍ରମଣ କରିଥିଲେ। ଅନ୍ୟ କର୍ମଚାରୀ ମାନେ ଘଟଣାସ୍ଥଳକୁ ଦୌଡ଼ି ଆସିବାରୁ ଜିତେନ୍ଦ୍ର ଏବଂ ତାଙ୍କ ସାଙ୍ଗରେ ଥିବା ଅନ୍ୟ ଜଣେ ଯୁବକ ଲାଲ ରଙ୍ଗର ବାଇକ (ନଂ. ଓଡ଼ି୦୭ କ୍ୟୁ-୬୧୪୨) ଯୋଗେ ପଳାଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ଅପରପକ୍ଷରେ ଜିତେନ୍ଦ୍ର ବେଆଇନ ମଦବ୍ୟବସାୟ ବିରୋଧରେ ଖବର ପ୍ରସାରଣ କରିବା ପରେ ମଦଭାଟିକୁ ଯାଇ କେତୋଟି ଗ୍ରାମପଞ୍ଚାୟତରେ ଆଉଟ୍‌୍‌ ଲେଟ୍‌ ରହିଛି ବୋଲି କହିଥିଲେ। ଏପରିକି ସେଠାରେ ଉପସ୍ଥିତ ଜି.ଶ୍ୟାମବାବୁ ରେଡ୍ଡୀ ଏବଂ ଭୀମ ରେଡ୍ଡୀଙ୍କୁ ପଚାରିବାରୁ ତୁ କଣ ଖବର ପ୍ରସାରଣ କରିବୁ ତୋ ଲେଖା ଆମେ ରାଇଟ କରି ଜୀବନରେ ମାରିଦେବୁ ବୋଲି ଧମକ ଦେଇଥିବା ନେଇ ସେ ପାଲଟା ଏତଲା ଦେଇଛନ୍ତି। ପୋଲିସ ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୨୧୨/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri