ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁନିଲ କୁମାର ମହାନ୍ତିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ମୁଖ୍ୟ ଅତିଥି ଏବଂ ଏସଆଇ ରାଜକିଶୋର ପାତ୍ର, ବିଦ୍ୟାଳୟ ପରିଚାଳନା କମିଟିର ପୂର୍ବତନ ସଭାପତି ଉଦୟନାଥ ସାମନ୍ତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଭିନ୍ନ ପ୍ରକାର ନିଶା ମୋହରେ ବଶବର୍ତ୍ତୀ ହୋଇ ଆଧୁନିକ ଯୁବ ଛାତ୍ର ସମାଜ ପଥଭ୍ରଷ୍ଟ ହେବା ସହିତ ସେମାନଙ୍କୁ ନେଇ ମାତାପିତା ଦେଖିଥିବା ସ୍ବପ୍ନ ମଧ୍ୟ ଚୁରମାର ହୋଇଯାଉଥିବା ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ।ଏହି ଅବସରରେ ଅବକାରୀ ଏବଂ ଏନଡିପିଏସ ଆକ୍ଟ ଭଳି ବିଭିନ୍ନ ନିଶା ବିରୋଧୀ ଆଇନରେ ରହିଥିବା ପ୍ରାବଧାନ ସମ୍ପର୍କରେ ଉପସ୍ଥିତ ଛାତ୍ର ମାନଙ୍କୁ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମରେ ହାଇସ୍କୁଲର ସହକାରୀ ଶିକ୍ଷୟତ୍ରୀ ତୃପ୍ତି ସାମଲ,ସୁନିତା ମହାଙ୍କୁଡ଼,ଶିବାନୀ ସାହୁ, ରଚିତା ସାହୁ, ସୋନାଲି ସାହୁ, ସୁଚିଶ୍ମିତା ନାୟକ, ଶିକ୍ଷକ ଲୋକନାଥ ସେଠୀ, ସିମାଞ୍ଚଳ ରେଡ୍ଡୀ, ଗୌରୀଶଙ୍କର ପ୍ରଧାନ, ସାଇରାଜ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଛାତ୍ର ବୃନ୍ଦ ନିଶା ସେବନ ବିରୋଧରେ ଶପଥପାଠ କରିଥିଲେ।
ସେହିପରି ସ୍ଥାନୀୟ ଖେମୁଣ୍ଡି କଲେଜରେ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ଡ଼. ଅସିତ କୁମାର ଷଡଙ୍ଗୀଙ୍କ ସଭାପତିତ୍ୱରେ ଆୟୋଜିତ ସଚେତନତା ସଭାରେ ଥାନା ଆଇଆଇସି, ଏସ.ଆଇଙ୍କ ସମେତ ଅଧ୍ୟାପିକା ଡ଼.ଅନିତା ପାଣି,ଅଧ୍ୟାପକ ଭବାନୀ ପାଣିଗ୍ରାହୀ, ଅନିଲ ସାହୁ ଯୋଗଦେଇ ‘ଆମ ସଂକଳ୍ପ ନିଶା ନୁହେଁ ଜୀବନ’ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଛାତ୍ରୀ ଛାତ୍ର ବିଶେଷ କରି ଯୁବ ସମାଜକୁ ନିଶାଦ୍ରବ୍ୟ ଓ ଅପମିଶ୍ରିତ ମାଦକଦ୍ରବ୍ୟ ସେବନରୁ ଦୂରେଇ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଏହି ସଚେତନତା ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଆଇଆଇସି କହିଥିଲେ। ଅପମିଶ୍ରିତ ନିଶା ସେବନ ଦ୍ୱାରା ଲୋକେ ପଙ୍ଗୁ ହୋଇଯାଆନ୍ତି। ଯୁବ ସମାଜ ନିଶା ସେବନ ଦ୍ୱାରା ସେମାନଙ୍କ ବିକାଶ ଓ ଦେଶର ଅର୍ଥନୀତି ରେ ପ୍ରତିକୂଳ ପ୍ରଭାବ ପକାଇଥାଏ। ତେଣୁ ସେମାନେ ନିଶା ସେବନ ଠାରୁ ଦୂରେଇ ରହିବା ଆବଶ୍ୟକ ବୋଲି ସଭାରେ ମତପ୍ରକାଶ ପାଇଥିଲା। ଉପସ୍ଥିତ ଛାତ୍ରମାନଙ୍କୁ ଏନେଇ ସଚେତନ କରାଯିବା ପରେ ସେମାନେ ନିଶା ସେବନ ବିରୋଧରେ ଶପଥପାଠ କରିଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକର ଫାଇନାଲ ମ୍ୟାଚ୍‌: ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଲା ଶ୍ରୀଲଙ୍କା

ଦୋହା,୨୯।୧୧: Asia Cup Rising Stars 2026 ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ଅତ୍ୟନ୍ତ ରୋମାଞ୍ଚକପୂର୍ଣ୍ଣ ହୋଇଥିଲା। ଯେଉଁଥିରେ ଶ୍ରୀଲଙ୍କା ‘ଏ’ (Sri Lanka ’A’) ଦଳ ପାକିସ୍ତାନ…

ଝାଡ଼ଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା: ୧୩ ମୃତ, ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ରାଞ୍ଚି,୨୯ା୧୧: ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ଦ୍ରୁତ ବେଗରେ ଆସୁଥିବା ଏକ ଏସ୍‌ୟୁଭି ଭାରୀ ଯାନକୁ ଧକ୍କା ଦେବାରୁ ୫ ପିଲା ଓ ୩ ମହିଳାଙ୍କ ସମେତ ୧୩…

ମହମ୍ମଦ ସିରାଜଙ୍କୁ ଅଣଦେଖା କରିବା ନେଇ ରାଗିଗଲେ ସୁନୀଲ ଗାଭାସ୍କର, ଟିମ୍ ଇଣ୍ଡିଆର ନିଷ୍ପତ୍ତିକୁ ନେଇ କହିଲେ….

ନୂଆଦିଲ୍ଲୀ,୨୯।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଅପେକ୍ଷା ଦଳର କିଛି ନିଷ୍ପତ୍ତିକୁ ନେଇ ଅଧିକ ଚର୍ଚ୍ଚା ଓ ବିବାଦ ଦେଖାଦେଇଛି । ଟି-୨୦ ସିରିଜ୍‌ରେ ଯୁବ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଏକାଠି ବସି ମୋଦିଙ୍କ ବାର୍ତ୍ତା ଶୁଣିଲେ ଭାଜପା କାର୍ଯ୍ୟକର୍ତ୍ତା

ହାଟଡ଼ିହୀ/ଆନନ୍ଦପୁର/ଛେନାପଦୀ,୨୯।୧୧(ଶୁଭକାନ୍ତ ନାୟକ/ସୁଶାନ୍ତ ସାହୁ/ଶ୍ରୀଧର ମହାରଣା/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରବିବାର ବିଧାନସଭାସ୍ତରୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ହୋଟେଲରେ ଯୁବମୋର୍ଚ୍ଚା…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାଇଁ ସରକାରଙ୍କୁ ୩୭୧ ସାଂସଦଙ୍କ ସମର୍ଥନ! ଲୋକ ସଭା ଆସନ ୮୫୦କୁ ବଢ଼ାଇବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୯ା୧୧: ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୃହୀତ କରାଇବା ପାଇଁ ସୋମବାରଠାରୁ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି ।…

ଭୂସ୍ଖଳନରେ ୧୩ ଜୀବନ ହାନି, ଦୁର୍ଦ୍ଦିନରେ ଥିବା ଗିଡ଼ିପାବାଲି ପରିବାରଙ୍କୁ ପୁଣି ସହାୟତାର ହାତ ବଢ଼ାଇଲେ ଅସୀମା

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ବାତ୍ୟା, ବର୍ଷାର ବିଭୀଷିକା ଥମିଯାଇଛି, ହେଲେ ଏହାର ଦୁଃଖଦ ଚିହ୍ନ ଏବେ ବି ଅନେକ ପରିବାରଙ୍କ ଜୀବନରେ ଲିଭିନାହିଁ। ଅନେକ ପରିବାର ସର୍ବସ୍ବ ହରାଇଥିବା…

କେରଳରୁ ଘରକୁ ଫେରୁଥିବା ବେଳେ ବିଜୟୱାଡ଼ାରୁ ନିଖୋଜ ଲାଞ୍ଜିଗଡ଼ର ଯୁବକ, ୧୦ ଦିନ ହେଲା ମିଳୁନି ପତ୍ତା

ଲାଞ୍ଜିଗଡ଼,୨୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ଯୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ…

ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ

ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?