ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ମହୋତ୍ସବ: ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ବୁଧବାର ଦୁଇଦିନରେ ପହଞ୍ଚିଛି। ସାରେ ବଜାରସାହି ଗାନ୍ଧୀଛକ ସ୍ଥିତ ଅସ୍ଥାୟୀ ଯାତ୍ରାପୀଠରେ ଶକ୍ତିପଲ୍ଲବ ତନ୍ତ୍ର ମତେ ଉଗ୍ରଚଣ୍ଡୀ ମଣ୍ଡଳ କ୍ରମେ ଆଶ୍ୱୀନ ଶୁକ୍ଳପକ୍ଷ ମହାନବମୀ ତିଥିରେ ସେବା ପୂଜା ମଣୋହି କରାଯାଇଥିଲା।

ମା’ଙ୍କୁ ଦର୍ଶନ ଓ ପୂଜା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ମୁଖ୍ୟ ସେବାୟତ ଆଦିତ୍ୟ ପାତ୍ର ଆଳତି କରିବା ପରେ ପୁରୋହିତ ପଣ୍ଡିତ ସନାତନ ରଥ ଶର୍ମା ଘଟ ଶୋଭାଯାତ୍ରା ପାଇଁ ମା’ଙ୍କୁ ଆବାହନ କରିଥିଲେ। ମା’ଙ୍କ ଆଜ୍ଞାମାଳ ପରେ ପାର୍ଶ୍ୱ ଘଟ ଧାରୀ ମହିଳାମାନେ ମା’ଙ୍କ ହୁକୁମ ନେଇ ମସ୍ତକକୁ ଘଟ ଉଠାଇଥିଲେ।

ମୁଖ୍ୟ ଘଟକୁ ସମ୍ମୁଖ ଭାଗରେ ରଖାଯିବା ପରେ ମା’ ବୁଢ଼ୀ ଠାକୁରାଣୀ ବାଦ୍ୟ ବାଜଣାର ତାଳେ ତାଳେ ଝୁଲିଝୁଲି ଯାତ୍ରାପୀଠରୁ ଶୋଭାଯାତ୍ରାରେ ବାହାରି ବଜାର ସାହି, ଚନ୍ଦ୍ରଚୁଡ ସାହି, ଗୁଣ୍ଡିଚା ମନ୍ଦିର ରୋଡ଼, ରାଜନଗର-୨, ସାନଦାଣ୍ଡ ସାହି, ଜନତା ଲେନ୍‌ ଦେଇ ମା’ଙ୍କ ଘଟ ପରିକ୍ରମା ହୋଇଥିଲା ।

ବୁଧବାର ବିଳମ୍ବିତ ରାତିରେ ଯାତ୍ରାପୀଠକୁ ପ୍ରତ୍ୟାବର୍ତ୍ତନ କରିବେ। ଯାତ୍ରାପୀଠରେ ସକାଳେ ପୁଟବଗଡ଼ ଗ୍ରାମର ପୌରାଣିକ ରାଧାପ୍ରେମଲୀଳା ଏବଂ ରାତିରେ ଦିଗପହଣ୍ଡିର ବ୍ଲାକ ଡାଇମଣ୍ଡ ଡାନ୍ସ ଗ୍ରୁପର କଳାକାର ବୃନ୍ଦ ନୃତ୍ୟଗୀତ ପରିବେଷଣ କରିଥିଲେ।

ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ଘଟ ଶୋଭାଯାତ୍ରା ବଜାର ସାହିର ଶ୍ରୀ ବାଙ୍କବିହାରୀ ମଠ ପର୍ଯ୍ୟନ୍ତ ଯାଇ ପୁଣି ଯାତ୍ରାପୀଠକୁ ଫେରିଥିଲା। ଦିଗପହଣ୍ଡିର ସାଂସ୍କୃତିକ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ କଳା ନିକେତନ ର ମୁଖ୍ୟ ନାଟ୍ୟ ଶ୍ରୀ ପ୍ରଦୀପ କୁମାର ରଥ ଓ ସାଥୀ ବୃନ୍ଦ ନୃତ୍ୟ ପରିବେଷଣ କରିଥିଲେ। ଦୂରଦୁରାନ୍ତରେ ରହୁଥିବା ସହରର ଅନେକ ବ୍ୟକ୍ତି ଯାତ୍ରା ପୀଠରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନିମନ୍ତେ ସପରିବାର ସହ ଘରେ ପହଞ୍ଚିଛନ୍ତି।

ଅସ୍ଥାୟୀ ଯାତ୍ରା ପୀଠକୁ ମା’ଙ୍କ ଆଗମନ ପରେ ସମଗ୍ର ଦିଗପହଣ୍ଡି ସହର ଚଳଚଞ୍ଚଳ ହୋଇପଡିଛି। ଆକର୍ଷଣୀୟ ତୋରଣ, ମୀନାବଜାର, ରାମ ଦୋଳି ଏବଂ ଝଲସି ଉଠୁଥିବା ଆଲୋକମାଳା ଶ୍ରଦ୍ଧାଳୁଙ୍କ ଭିଡକୁ ବହୁଗୁଣିତ କରିବାରେ ସହାୟକ ହୋଇଛି।

ପରିଚାଳନା କମିଟିର କର୍ମକର୍ତ୍ତା ବିକାଶ ପଶୁପାଳକ, ଏ.ସାକିଲି, ବିଚିତ୍ରାନନ୍ଦ ପଟ୍ଟନାୟକ, ଦୀପକ କୁମାର ମିଶ୍ର, ଆଶିଷ ପଟ୍ଟନାୟକ, କୁରେଶୁ ମହାରଣା, ନୀଳମାଧବ ଗୌଡ, ପ୍ରଦୀପ କୁମାର ପଣ୍ଡା, ରବିନ୍ଦ୍ର ମାର୍ଥା, ଶିବଶଙ୍କର ମହାଙ୍କୁଡ, ଏ . ଗୋବିନ୍ଦଙ୍କ ସମେତ ଅନ୍ୟାନ୍ୟ ଯାତ୍ରା କମିଟି ସଦସ୍ୟ ସମେତ ପୋଲିସ ବାହିନୀ ଉପସ୍ଥିତ ରହି ଯାତ୍ରାରେ ଭିଡ ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri