ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ ସମାରୋହ ଅତି ଆଡମ୍ବର ସହକାରେ ଶୁଭାରମ୍ଭ ହୋଇଛି। ପ୍ରଥମ ଦିବସରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ସୋମବାର ସକାଳେ ଗୁପ୍ତେଶ୍ୱର ଶୈବପୀଠରୁ ୩୨୦ରୁ ଉର୍ଦ୍ଧ୍ୱ ମହିଳାଙ୍କ ଦ୍ୱାରା ଏକ ବିଶାଳ କଳସ ଶୋଭାଯାତ୍ରା ବାହାରି ନଗର ପରିକ୍ରମା କରିଥିଲା। ଏଥିରେ ୨୨ଟି ସଙ୍କୀର୍ତ୍ତନ ମଣ୍ଡଳୀ ସାମିଲ ହୋଇଥିବା ବେଳେ ଛାତ୍ରଛାତ୍ରୀମାନେ ମାଁ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିରରୁ ଜ୍ୟୋତି ଆଣିଥିଲେ। ଏଥିସହ ବିଦ୍ୟାମନ୍ଦିର ପରିସରରେ ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞର ଶୁଭାରମ୍ଭ ହୋଇଥିଲା।

ମଧ୍ୟାହ୍ନରେ ‘ସାମାଜିକ ଗଣମାଧ୍ୟମର ଉପଯୁକ୍ତ ବିନିଯୋଗ’ ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଆଇନଜୀବୀ ହରପ୍ରସାଦ ରଥ, ଅଶେଷନାଥ ମିଶ୍ର, କୁରେଶୁ ପଣ୍ଡା, ଓ ଡ଼. ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ଅନେକ ବିଜ୍ଞ ବ୍ୟକ୍ତି ବିଷୟଭିତ୍ତିକ ଆଲୋଚନା କରିଥିଲେ। ପ୍ରଧାନାଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ଓ ଭଗବତୀ ପ୍ରସାଦ ମିଶ୍ର ମଞ୍ଚ ପରିଚାଳନା କରିଥିଲେ।

ଅପରାହ୍ନରେ ଅନୁଷ୍ଠିତ ଆଧ୍ୟାତ୍ମିକ ସଭାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ବହୁ ସଂଖ୍ୟକ ସାଧୁସନ୍ଥ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଭାବେ ଶ୍ରୀପଦ ଅଷ୍ଟୋତ୍ତର ଶତ ତ୍ରିଦଣ୍ଡି ସ୍ୱାମୀ ଭକ୍ତି ବିଚାର ବିଷ୍ଣୁ ଗୋସ୍ୱାମୀ ମହାରାଜ, ମୁଖ୍ୟବକ୍ତା ଭାବେ ଜୀବନ ମୁକ୍ତା ନନ୍ଦଜୀ ମହାରାଜ (ଚକାପାଦ ଆଶ୍ରମ ଏବଂ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର, ସ୍ୱାମୀ ସଦାଶିବାନନ୍ଦ ଜୀ, ମହନ୍ତ ରାଧାକାନ୍ତ ଦାଶ ଓ ପ୍ରାଧ୍ୟାପକ ବୃନ୍ଦାବନ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

ସମାରୋହ ସମିତିର ସଭାପତି ରାମଚନ୍ଦ୍ର ସାହୁ, ପରିଚାଳନା ସମିତି ଅଧ୍ୟକ୍ଷ ରାମଚନ୍ଦ୍ର ବିଷୋୟୀ ଏବଂ ସମ୍ପାଦକ ପ୍ରହଲ୍ଲାଦ ଡାକୁଆଙ୍କ ତତ୍ତ୍ୱାବଧାନରେ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଓ ପୂର୍ବତନ ଛାତ୍ରଛାତ୍ରୀ ଏହି ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri