ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି କଲେଜ ଶିକ୍ଷା ସମାପ୍ତ ପରେ  ରାଉରକେଲା ସ୍ଥିତ ବିଜୁ ପଟ୍ଟନାୟକ ପ୍ରଯୁକ୍ତି ବିଶ୍ଵବିଦ୍ୟାଳୟ ବିପିୟୁଟି ରୁ ଏମ. ଟେକ୍ ପାସ୍ କରିବା ପରେ ଝାଡ଼ଖଣ୍ଡର ଧାନବାଦ୍ ରେ ଆଇଆଇଟି(ଆଇଏସଏମ) ରେ ପି.ଏଚଡି କରୁଥିବା ବେଳେ ଆଇଆଇଟି ଧାନବାଦ୍ ଏବଂ ଜାପାନ ର ତୋହୋକୁ ବିଶ୍ଵବିଦ୍ୟାଳୟ ର ମିଳିତ ସହଭାଗିତାରେ ସେ ଅଧ୍ୟୟନ କରିବାର ସୁଯୋଗ ପାଇଥିବା ଜଣାପଡ଼ିଛି। ଏଥି ନିମନ୍ତେ ସେ ଜାପାନ ଯାତ୍ରା କରିଛନ୍ତି। ମଫସଲରୁ ସେ ଜାପାନରେ ପାଠ ପଢ଼ିବାର ସୁଯୋଗ ପାଇଥିବାରୁ ସମଗ୍ର ଗ୍ରାମବାସୀ ଖୁସି ବ୍ୟକ୍ତ କରିଥିବା ବେଳେ ବିଭିନ୍ନ ମହଲରୁ ତାଙ୍କୁ ଏବଂ ତାଙ୍କ ବାପା ସହକାରୀ ଶିକ୍ଷକ ଶିବଶଙ୍କର ମିଶ୍ରଙ୍କୁ ବିଭିନ୍ନ ମହଲ ରୁ ଶୁଭେଚ୍ଛାର ସୁଅ ଛୁଟୁଛି।ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ପୂର୍ବତନ ଅଧ୍ୟକ୍ଷ ଭି. ରବି ନାରାୟଣ ରାଜୁ, କାଉନସିଲର ଭି. ଧର୍ମ ରାଜୁ ପ୍ରମୁଖ ଦେବାଶିଷ ଦିଗପହଣ୍ଡି ଅଞ୍ଚଳବାସୀଙ୍କ ପାଇଁ  ଗର୍ବ ଓ ଗୌରବର ବିଷୟ ବୋଲି କହିଛନ୍ତି। ଦେବାଶିଷଙ୍କ ସହପାଠୀ,ଶିକ୍ଷୟତ୍ରୀ ଶିକ୍ଷକ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି।
ତାଙ୍କର ଏହି ସଫଳତା ପଛରେ ମାତାପିତା ଙ୍କ ଆଶୀର୍ବାଦ, ପରିବାର ସଦସ୍ୟ ଙ୍କ ତ୍ୟାଗ, ଗୁରୁଜନ ମାନଙ୍କ ମାର୍ଗଦର୍ଶନ ଏବଂ ଶୁଭେଚ୍ଛୁ ମାନଙ୍କର ଅକୁଣ୍ଠ ସହଯୋଗ ରହିଛି ବୋଲି ଦେବାଶିଷ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?