ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଯୋଗଦେଇ ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରୁ ଆସିଥିବା ୩୮୯ ହିତାଧିକାରୀଙ୍କୁ ଦ୍ଵିତୀୟ ଖାନା ସଂଶୋଧିତ ପଟ୍ଟା ଏବଂ ୨୦ ହିତାଧିକାରୀ ଙ୍କୁ ଗ୍ରାମକଣ୍ଠ ପରମ୍ୱୋକ  ପଟ୍ଟା ବଣ୍ଟନ କରିଥିସେ । ଏହାସହ ବ୍ଲକ କାର୍ଯ୍ୟାଳୟ ଯୋଗାଣ ବିଭାଗ ପକ୍ଷରୁ ପ୍ରସ୍ତୁତ ୨୧ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବଣ୍ଟନ କରାଯାଇଥିଲା।

ପ୍ରଥମେ ବିଧାୟକ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ନୂତନ ପଞ୍ଚାୟତ ଗୃହ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ  ଆମ ବ୍ୟାଙ୍କର ନୂତନ କୋଠାର ଶୁଭ ଉଦଘାଟନ କରିଥିଲେ । ଆୟୋଜିତ ସଭାରେ ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ, ଏବିଡିଓ ଉମେଶ ଚନ୍ଦ୍ର ସେଠୀ, ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରୟ, ରାଜସ୍ବ ନୀରିକ୍ଷକ ସୁଶାନ୍ତ କୁମାର ବେହେରା, ସରପଞ୍ଚ ପ୍ରିୟଙ୍କା ନାୟକ, ସମିତି ସଭ୍ୟା ଶୈଳ ବେହେରା, ବ୍ଲକ ସରପଞ୍ଚ ସଂଘ ସଭାପତି ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ, ସରପଞ୍ଚ ଲିଙ୍ଗରାଜ ଦୋରା, ଗିତାଞ୍ଜଳୀ ଜାନୀ, ଜିଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ଏମ. ନିରଞ୍ଜନ ରେଡ୍ଡୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୁପ୍ତେଶ୍ୱରୀ ମଣ୍ଡଳ, କନିଷ୍ଠ ଯନ୍ତ୍ରୀ ଇଂ. ଗିରିଜା ରାଣୀ ସାହୁ, ସାମାଜିକ କର୍ମୀ ମନୋଜ ପଟ୍ଟନାୟକ ପ୍ରମୁଖ ମଞ୍ଚାସିନ ଥିଲେ ।

ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ପ୍ରାୟ ୬୫୦୦ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଗଞ୍ଜାମ ଜିଲାରେ ଯୋଗ୍ୟ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରିବାରେ ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିପାରିଛି ବୋଲି ତହସିଲଦାର ଜଣାଇଛନ୍ତି । ଏହାପରେ ବିଧାୟକ  ଘାସିଆମ୍ବ ଗାଁ ରେ ଆୟୋଜିତ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭାରେ  ଯୋଗଦେଇଥିଲେ । ଗ୍ରାମବାସୀଙ୍କ ପକ୍ଷରୁ ବିରାଟ ଶୋଭାଯାତ୍ରାରେ ବିଧାୟକଙ୍କୁ ସଭାସ୍ଥଳକୁ ପାଛୋଟି ନିଆଯାଇଥିଲା । ସଭାରେ ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମର ବହୁସଂଖ୍ୟକ ବ୍ୟକ୍ତି ଭାଜପାରେ  ଯୋଗ ଦେଇଥିବା ବେଳେ ସେମାନଙ୍କୁ ବିଧାୟକ ସମ୍ବର୍ଦ୍ଧିତ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ ବିଜୟ

ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର…

ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ

ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା…

କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ…

ହେଟମେୟର, ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେ ଆଗରେ ୨୫୫ ରନ୍‌ର ବିଶାଳ ଟାର୍ଗେଟ୍‌

ମୁମ୍ବାଇ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାଓ୍ବେ ଓ ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ…

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri