୨ ଦିନିଆ ଓଡ଼ିଶା ଗସ୍ତରେ ଦିଗ୍‌ବିଜୟ, ଜୟରାମ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଆରମ୍ଭ କରାଯାଇଥିବା ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ପ୍ରସ୍ତୁତିକୁ ତଦାରଖ କରିବା ସହ ରାଜ୍ୟରେ କଂଗ୍ରେସର ସ୍ଥିତି ପରଖିବାକୁ ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ, ଏମ୍‌ପି ଜୟରାମ ରମେଶ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହିତ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର, ସହପ୍ରଭାରୀ ଜି. ରୁଦ୍ର ରାଜୁ, ଭାରତ ଯୋଡ଼ୋ ଯାତ୍ରାର ଓଡ଼ିଶା ରାଜ୍ୟ ପାଇଁ ଏଆଇସିସି ସଂଯୋଜକ ରାଗିଣୀ ନାୟକ ମଧ୍ୟ ଏହି ଗସ୍ତରେ ସାମିଲ ହେବେ। ଏହି କଂଗ୍ରେସ ନେତାମାନେ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ରବିବାର ପୂର୍ବାହ୍ନ ୧୦ଟାରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନଠାରେ ଆୟୋଜିତ ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ସଂକ୍ରାନ୍ତରେ କଂଗ୍ରେସ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ। ମଧ୍ୟାହ୍ନ ୧୨ଟା ୫ ମିନିଟ୍‌ରେ ଖବରଦାତା ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri