୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦିଗ୍‌ବିଜୟ, ଜୟରାମ

ଭୁବନେଶ୍ୱର,୧୬ା୯(ବ୍ୟୁରୋ)- ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ, ଏମ୍‌ପି ଜୟରାମ ରମେଶ। କଂଗ୍ରେସ ପକ୍ଷରୁ ଆରମ୍ଭ କରାଯାଇଥିବା ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ପ୍ରସ୍ତୁତିକୁ ତଦାରଖ କରିବା ସହ ରାଜ୍ୟରେ ଦଳର ସ୍ଥିତି ପରଖିବାକୁ ଉଭୟ ନେତା ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହିତ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର, ସହପ୍ରଭାରୀ ଜି. ରୁଦ୍ର ରାଜୁ, ଭାରତ ଯୋଡ଼ୋ ଯାତ୍ରାର ଓଡ଼ିଶା ରାଜ୍ୟ ପାଇଁ ଏଆଇସିସି ସଂଯୋଜକ ରାଗିଣୀ ନାୟକ ମଧ୍ୟ ଏହି ଗସ୍ତରେ ସାମିଲ ହୋଇଛନ୍ତି। ଶନିବାର ସନ୍ଧ୍ୟାରେ ଏହି ନେତାମାନେ ଭୁବନେଶ୍ୱରରେ ପହଞ୍ଚିବେ। ରବିବାର ଅପରାହ୍ନରେ ନେତାମାନେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମରେ ପିସିସି ସଭାପତି ଉପସ୍ଥିତ ରହିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri