Posted inଜାତୀୟ

ଦିଗବିଜୟଙ୍କ ବଡ ଘୋଷଣା

ଭୋପାଳ,୨୬।୪: ନିର୍ବାଚନ ବର୍ଷରେ କ୍ଷମତା ହାତେଇବାକୁ ଉଭୟ ରାଜନୈତିକ ଦଳ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ପକ୍ଷରୁ ବଡ ବଡ ଘୋଷଣା କରାଯାଉଛି। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଏବେ ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ଯଦି କଂଗ୍ରେସ କ୍ଷମତାକୁ ଆସେ ତେବେ ୧୦ ବର୍ଷ କାଳ ମଧ୍ୟରେ ଦିଆଯାଇଥିବା ଅଧିକାର ପୁଣିଥରେ ପଞ୍ଚାୟତର ଲୋକ ପ୍ରତିନିଧି ତଥା ସ୍ଥାନୀୟ ସଂସ୍ଥାର ପ୍ରତିନିଧିଙ୍କ ନିକଟକୁ ଫେରାଇ ଦିଆଯିବ। ତେଣୁ ଭାଜପା ଛାଡି କଂଗ୍ରେସକୁ ମଜଭୁତ କରିବାକୁ ସେ ପ୍ରତିନିଧିମାନଙ୍କୁ ନିବେଦନ କରିଛନ୍ତି।

ଦିଗବିଜୟ ସିଂ ଲଗାତାର ମଧ୍ୟପ୍ରଦେଶର ହାରିଯାଇଥିବା ବିଧାନସଭା ଆସନ ଗସ୍ତ କରୁଛନ୍ତି। ଏହି ସମୟରେ ସେ ସାଧାରଣ ଭୋଟରଙ୍କୁ ବହୁ ମହତ୍ୱପୂର୍ଣ୍ଣ କଥା ବି କହୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ପଞ୍ଚାୟତିରାଜକୁ ମଜଭୁତ କରିବାକୁ ନିର୍ବାଚିତ ହୋଇଥିବା ପ୍ରତିନିଧିଙ୍କୁ ୧୯୯୩-୨୦୦୩ ମଧ୍ୟରେ ଦିଆଯାଇଥିବା ସମସ୍ତ ଅଧିକାର ଫେରାଇ ଦିଆଯିବ। ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ପଞ୍ଚାୟତ ରାଜକୁ ମଜଭୁତ କରିବାକୁ ଜିଲା ସରକାରର ସ୍ଥାପନା କରିଥିଲେ। ଏହି ସମୟରେ ଜିଲା ପଞ୍ଚାୟତ ଅଧ୍ୟକ୍ଷଙ୍କୁ ରାଜ୍ୟ ମନ୍ତ୍ରୀର ଅଧିକାର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri