Posted inଜାତୀୟ

କମଲ ନାଥଙ୍କ ବୟାନକୁ ନେଇ ସଫେଇ ଦେଉଛନ୍ତି ଦିଗବିଜୟ

ଭୋପାଳ,୧୩।୮: ହିନ୍ଦୁ ରାଷ୍ଟ୍ର ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ବୟାନ ଉପରେ ଦିଗବିଜୟ ସିଂ ସ୍ପଷ୍ଟୀକରଣ ଦେଉଛନ୍ତି। ସେ କହିଛନ୍ତି ଯେ କମଲ ନାଥଙ୍କ ବୟାନକୁ ଓଲଟା ସିଧା ଉପସ୍ଥାପିତ କରାଯାଉଛି। କମଲ ନାଥ କହିଥିଲେ ଯେ ଦେଶରେ ୮୨ ପ୍ରତିଶତ ହିନ୍ଦୁ ଅଛନ୍ତି, ତେଣୁ ଏହା ଏକ ହିନ୍ଦୁ ରାଷ୍ଟ୍ର ହୋଇସାରିଛି, ଏହାକୁ କହିବାର ଓ ଜଣାଇବାର କ’ଣ ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଏହି ବୟାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ବିବାଦ ଲାଗି ରହିଛି। ଏସବୁ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ କମଲ ନାଥଙ୍କୁ ଘଣ୍ଟ ଘୋଡାଉଥିବା ବେଳେ ସ୍ପଷ୍ଟୀକରଣ ଦେଇଛନ୍ତି।
ନିକଟରେ ଭୋପାଳରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କମଲ ନାଥ କହିଥିଲେ ଯେ ଭାରତରେ ୮୨ପ୍ରତିଶତ ହିନ୍ଦୁ ଅଛନ୍ତି, ତେଣୁ ଏହା ଏକ ହିନ୍ଦୁ ରାଷ୍ଟ୍ର, ଏହାକୁ କହିବାର ଆବଶ୍ୟକତା ନାହିଁ। ତାଙ୍କ ବୟାନ ଯୋଗୁଁ ଉଭୟ ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସର ରାଜନୀତି ତୀବ୍ର ହୋଇଛି। ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କମଲ ନାଥଙ୍କୁ ନିର୍ବାଚନୀ ହିନ୍ଦୁ ବୋଲି କହିଛନ୍ତି। ସେମାନେ କହିଛନ୍ତି ଯେ ଯେତେବେଳେ ନିର୍ବାଚନ ଆସେ କମଲ ନାଥ ଜଣେ ହିନ୍ଦୁ ହୁଅନ୍ତି। ଅନ୍ୟପକ୍ଷରେ, ଦିଗବିଜୟ ସିଂ ଏହି ଘଟଣାରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ କମଲ ନାଥଙ୍କ ବୟାନକୁ ଭାଜପା ବିକୃତ କରୁଛି। ସେ ହିନ୍ଦୁ ରାଷ୍ଟ୍ର ବିଷୟରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି କିନ୍ତୁ ସମ୍ବିଧାନ ଅନୁଯାୟୀ ସମସ୍ତ ଲୋକ ସମାନ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri