Posted inଜାତୀୟ

ମୋଦିଙ୍କ ସେନା ପୋଷାକକୁ ନେଇ ପ୍ରଶ୍ନ ଉଠାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ,୬ ।୧୧: ଦୀପାବଳୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେନାଙ୍କ ସହ ସୀମାରେ ଦୀପାବଳି ପାଳନ କରିଥିଲେ । ଏହି ଅବସରରେ ସେ ସେନା ପୋଷାକ ପିନ୍ଧିଥିବା ଦେଖାଯାଇଥିଲା । ଆଉ ଏବେ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ନେତା ଦିଗ୍‌ବିଜୟ ସିଂ । ସେ କହିଛନ୍ତି ଏହା ତ ଆରମ୍ଭ ମାତ୍ର । ଯଦି ମୋଦିଙ୍କୁ ସଂସଦରେ ଆଉ ଏକ କାର୍ଯ୍ୟକଳ ମିଳିଯାଏ ତେବେ ସେ ସମ୍ବିଧାନକୁ ବଦଳାଇ ଦେବେ ଓ ନିଜକୁ ରାଷ୍ଟ୍ରର ସ୍ଥାୟୀ ମୁଖ୍ୟ ଭାବେ ଘୋଷଣା କରିଦେବେ । ଅବଶ୍ୟ ଏଥିରେ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ । ତେବେ ଦିଗବିଜୟଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଭାରତୀୟ ଜନତା ପାର୍ଟି(ଭାଜପା) ମହାସଚିବ କୈଳାସ ବିଜୟଭର୍ଗିୟ କହିଛନ୍ତି କି ଦିଗବିଜୟ ସିଂଙ୍କୁ ଜଣା ନାହିଁ ଯେ ନାଗରିକ ସମ୍ମାନର ପ୍ରତିକ ଭାବେ ସେନା ପୋଷାକ ପିନ୍ଧି ପାରେ ବୋଲି । ଦିଗବିଜୟ ନିଜ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି, ହିଟଲର ପ୍ରଥମ ବିଶ୍ୱଯୁଦ୍ଧରେ ହିଟଲର ଏକ କର୍ପୋରେଟର ଥିଲେ ଓ ସେ ନିଜକୁ ଜର୍ମାନ ସେନାର କମାଣ୍ଡର ଇନ୍ ଚିଫ୍ ଭାବେ ଘୋଷଣା କରିଥିଲେ । ଆଉ ଏବେ ମୋଦି ତାହା କରିବାକୁ ବେଶୀ ସମୟ ଲାଗିବ ନାହିଁ ବୋଲି ଶ୍ରୀ ସିଂହ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri