Posted inଜାତୀୟ

ମୁଁ ମମତାଙ୍କ ପ୍ରଶଂସକ, ହେଲେ ଯାହା ହେଉଛି ତାହା ଭୟଙ୍କର: ଦିଗବିଜୟ

ନୂଆଦିଲ୍ଲୀ,୧୦।୭: ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂ ସୋମବାର ପଶ୍ଚିମବଙ୍ଗରେ ବିରୋଧ ପ୍ରଦର୍ଶନ ଓ ପଞ୍ଚାୟତ ନିର୍ବାଚନ ପରେ ହୋଇଥିବା ହିଂସାକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହି ଘଟଣାଗୁଡ଼ିକୁ କ୍ଷମା ଯୋଗ୍ୟ ନୁହେଁ ବୋଲି ବର୍ଣ୍ଣନା କରି ଦିଗବିଜୟ ସିଂ ଟୁଇଟରରେ ଲେଖିଛନ୍ତି ଯେ ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନରେ ଯାହା ଘଟୁଛି ତାହା ଆଶ୍ଚର୍ଯ୍ୟଜନକ। ମୁଁ ମମତାଙ୍କ ଧୈର୍ଯ୍ୟ ଓ ଦୃଢ ସଂକଳ୍ପର ପ୍ରଶଂସକ ହୋଇସାରିଛି, କିନ୍ତୁ ଯାହା ଘଟୁଛି ତାହା ଅକ୍ଷମଣିୟ। ଆମେ ଜାଣୁ ଯେ ସିପିଏମ ଶାସନ କାଳରେ ଆପଣ ସାହସର ସହିତ ସମାନ ପରିସ୍ଥିତିର ସମ୍ମୁଖୀନ ହୋଇଥିଲେ କିନ୍ତୁ ବର୍ତ୍ତମାନ ଯାହା ଘଟୁଛି ତାହା ଆମ ଗଣତନ୍ତ୍ର ପାଇଁ ଭଲ ନୁହେଁ। କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ମନ୍ତବ୍ୟ ସେହି ସମୟରେ ଆସିଥିଲା ଯେତେବେଳେ ରବିବାର ରାଜ୍ୟ ନିର୍ବାଚନ କମିଶନ ଘୋଷଣା କରିଥିଲେ କି ସୋମବାର ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ୬୯୬ଟି ବୁଥରେ ପୁନଃ ମତଦାନ କରାଯିବ, ଯେଉଁଠାରେ ଗ୍ରାମାଞ୍ଚଳର ମତଦାନ ଶୂନ୍ୟ ବୋଲି ଘୋଷଣା କରାଯାଇଛି। ଶନିବାର ହିଂସାକାଣ୍ଡ ଘଟାଇଥିବା ପଞ୍ଚାୟତ ନିର୍ବାଚନରେ ଲୋକମାନେ୨.୦୬ ଲକ୍ଷ ପ୍ରାର୍ଥୀଙ୍କ ପାଇଁ ୬୧,୬୩୬ ବୁଥରେ ଭୋଟ ଦେଇଛନ୍ତି, ଯେଉଁମାନେ ରାଜ୍ୟର ତିନି ସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାରେ ୭୩,୮୮୭ ଟି ଆସନ ପାଇଁ ଲଢୁଥିଲେ। ଜଣେ ଅଧିକାରୀ କହିଛନ୍ତି ଯେ ବିଭିନ୍ନ ସ୍ଥାନରେ ମତଦାନ ଉପରେ ପ୍ରଭାବ ପକାଇଥିବା ହିଂସା ଖବର ଉପରେ ଧ୍ୟାନ ଦେବା ପରେ ରବିବାର ସନ୍ଧ୍ୟାରେ ଏସଇସି ଏକ ବୈଠକ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri